୧୨ ବର୍ଷ ହେବ ଜବରଦଖଲ ଦୋକାନ ଘର ମୁକୁଳିଲା

ଅନୁଗୋଳ ଅଫିସ, ୨୨।୧ – ଦୀର୍ଘ ୧୨ ବର୍ଷ ହେଲା ଜବରଦଖଲରେ ଥିବା ଦୋକାନ ଘରକୁ ମଙ୍ଗଳବାର ଅନୁଗୋଳ ପୌରପାଳିକା ନିଜ କବ୍‌ଜାକୁ ନେଇଛି। ମାଜିଷ୍ଟ୍ରେଟ ଭାବେ ଅନୁଗୋଳ ଅତିରିକ୍ତ ତହସିଲଦାର, ପୋଲିସ, ପୌର ନିର୍ବାହୀ ଅଧିକାରୀ ଓ ପୌର କର୍ମଚାରୀଙ୍କ ଉପସ୍ଥିତିରେ ଉକ୍ତ ଦୋକାନ ଘରକୁ ଜଉମୁଦା ଦିଆଯାଇ ସିଲ୍‌ କରାଯାଇଥିବା ନିର୍ବାହୀ ଅଧିକାରୀ ବିନୋଦଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ଅନୁଗୋଳ ପୌରପାଳିକା ପକ୍ଷରୁ ୧୯୯୩ରେ ବସ୍‌ଷ୍ଟାଣ୍ଡ ଭିତରେ କଦମ୍‌ ପଡ଼ିଆକୁ ଲାଗିଥିବା ୩୩ ଗୃହ ବିଶିଷ୍ଟ ଏକ ମାର୍କେଟ କମ୍ପଲେକ୍ସ ନିର୍ମାଣ କରାଯାଇଥିଲା। ଏହି ମାର୍କେଟ କମ୍ପଲେକ୍ସ ନିର୍ମାଣ ହେବା ପରେ ସମସ୍ୟା ଉପୁଜିବାରୁ ମାମଲା କୋର୍ଟକୁ ଯାଇଥିଲା। ୨୦୦୮ରେ ଏହି ଦୋକାନ ଘରଗୁଡ଼ିକୁ ଆବଣ୍ଟନ କରାଯାଇଥିଲା। ତେବେ ସେଥିରୁ ଗୋଟିଏ ଗୃହକୁ ବସ୍‌ଷ୍ଟାଣ୍ଡ ୱେଲଫେୟାର କମିଟିକୁ ପ୍ରଦାନ ପାଇଁ ପୌରପରିଷଦ ବୈଠକରେ ନିଷ୍ପତ୍ତି ହୋଇଥିବାବେଳେ ଦୁଇଟି ଗୃହରେ ବସ୍‌ଷ୍ଟାଣ୍ଡ ଫାଣ୍ଡି ଥିଲା। ତେବେ ଗୋଟିଏ ଗୃହକୁ ବିକାଶ ନାୟକ ଜବରଦସ୍ତି ମାଡ଼ି ବସି ବ୍ୟବସାୟ କରୁଥିଲେ। ଗତବର୍ଷ ନଭେମ୍ବରରେ ପୌର କର୍ତ୍ତୃପକ୍ଷ ସମ୍ପୃକ୍ତ ଦୋକାନୀଙ୍କୁ ନୋଟିସ୍‌ ଜାରି କରିଥିଲେ। କିନ୍ତୁ ଦୋକାନ ଘର ନ ଛାଡ଼ିବାରୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅନୁଗୋଳ ଅତିରିକ୍ତ ତହସିଲଦାର ପ୍ରଶାନ୍ତ ସିଂହ ସହ ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ଓ ପୋଲିସ ଦୋକାନ ଘରକୁ ବ୍ୟବସାୟୀଙ୍କ ଜବରଦଖଲରୁ ମୁକୁଳାଇଛନ୍ତି। ଏଥିସହ ପୌର କାର୍ଯ୍ୟାଳୟ କର୍ମଚାରୀ ଉକ୍ତ ଦୋକାନ ଘରେ ତାଲା ପକାଇଛନ୍ତି। ପରେ ଏହି ଦୋକାନ ଘରକୁ ଲଟେରି ମାଧ୍ୟମରେ ଆବଣ୍ଟନ କରାଯିବ ବୋଲି ନିର୍ବାହୀ ଅଧିକାରୀ ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri