୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ। ଡିସେମ୍ବର ୧୨ ଯାଏଁ ପ୍ରବଳ ଶୀତର ସମ୍ଭାବନା ଥିବାବେଳେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୀତ ଲହରୀ ବା କୋଲ୍ଡ ୱେଭ୍‌ ଜାରି କରାଯାଇଛି। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ତାରିଖ ଯାଏଁ ଶୀତ ଲହରୀ ଜାରି ରହିବ। ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ଝାରସୁଗୁଡା, ଅନୁଗୁଳ, ସୁନ୍ଦରଗଡ଼, ସୋନପୁର, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ ୭ଟି ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବାବେଳେ ଆସନ୍ତା ୭ ଦିନ ଦିନ ଯାଏଁ ପାଗ ଶୁଖିଲା ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ରାଜ୍ୟରେ ଗତ ୨୪ଘଣ୍ଟାରେ ହେଲା ପାଗ ଶଖିଲା ରହିଛି। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି ରହିବ। ସେହିପରି ରାଜ୍ୟର ଅନେକ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଥିବାବେଳେ ଆହୁରି ୪୮ ଘଣ୍ଟା ପର୍ଯ୍ୟନ୍ତ ଏଭଳି ପ୍ରଭାବ ରହିବ। ଆସନ୍ତା ୨୪ଘଣ୍ଟା ପାଇଁ ସୁନ୍ଦରଗଡ଼, କନ୍ଧମାଳ ଏବଂ ଝାରସୁଗୁଡାରେ ଘନ କୁହୁଡି ଦୃଶ୍ୟମାନ ହେବା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟାରେ ୧୦ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ ରହିଥିବାବେଳେ ସିମିଳିଗୁଡାରେ ୬.୨ଡିଗ୍ରୀ, ଫୁଲବାଣୀରେ ୬.୮ଡିଗ୍ରୀ, ଚିପିଲିମାରେ ୭.୩ଡିଗ୍ରୀ, ରାଉରକେଲାରେ ୭.୬ଡିଗ୍ରୀ, ଦାରିଙ୍ଗିବାଡି ଏବଂ ଝାରସୁଗୁଡାରେ ୮ଡିଗ୍ରୀ, ଅନୁଗୁଳ ଏବଂ ଭବାନୀପାଟଣାରେ ୯ଡିଗ୍ରୀ ଏବଂ କିରେଇରେ ୯.୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱରରେ ୧୩.୭ଡିଗ୍ରୀ ଏବଂ କଟକରେ ୧୨.୬ଡିଗ୍ରୀ ତାପମାତ୍ରା ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri