୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ: ଏଥର ରହିଛି ୩୦ଟି କାର୍ଯ୍ୟଦିବସ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନରେ ୨୦୧୯-୨୦ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ଆଗତ ହେବାର ରହିଛି। ଡିସେମ୍ବର ୧୯ ଯାଏ ଏହି ଅଧିବେଶନ ଚାଲିବ। ଏଥର ଶୀତଅଧିବେଶନରେ ମୋଟ ୩୦ଟି କାର୍ଯ୍ୟଦିବସ ରହିଛି। ଏ ନେଇ ସଂସଦୀୟ ବ୍ୟାପର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ଏଥିସହ ଗୃହକୁ ସୁରୁଖୁରୁରେ ଚଳାଇବାକୁ ବିରୋଧୀଙ୍କ ସହଯୋଗ ମଧ୍ୟ ଲୋଡିଛନ୍ତି ମନ୍ତ୍ରୀ ଆରୁଖ।