୧୩ରେ ବିଧାୟକମାନଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୦।୯(ବ୍ୟୁରୋ) – ଚଳିତ ମାସ ୧୩ ଏବଂ ୧୪ ତାରିଖରେ ଓଡ଼ିଶା ବିଧାନସଭାର ନବନିର୍ବାଚିତ ସଦସ୍ୟାସଦସ୍ୟମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଲୋକସଭା ସଚିବାଳୟ (ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଓ ପ୍ରଶିକ୍ଷଣ ଅନୁଷ୍ଠାନ) ଓ ଓଡ଼ିଶା ବିଧାନସଭା ସଚିବାଳୟର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ବିଧାନସଭା ପରିସରରେ ଥିବା ନୂତନ ସମ୍ମିଳନୀ କକ୍ଷରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଦୁଇଦିନିଆ ଏହି କର୍ମଶାଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩ ତାରିଖ ପୂର୍ବାହ୍ନ ୧୦ଟା ୪୫ ମିନିଟ୍‌ରେ ଉଦ୍‌ଘାଟନ କରିବେ ବୋଲି ଜଣାପଡିଛି।
ନବନିର୍ବାଚିତ ସଭ୍ୟଙ୍କ ସଂସଦୀୟ ଜ୍ଞାନ ବୃଦ୍ଧି କରିବା ଏହି କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ । ପାର୍ଲାମେଣ୍ଟ କାର୍ଯ୍ୟାଳୟର ପ୍ରାୟ ୮ ଜଣ ବରିଷ୍ଠ ଅଧିକାରୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏଥିସହିତ ବିଧାନସଭାର ଅଭିଜ୍ଞ ଅନୁଭୂତିସମ୍ପନ୍ନ ମନ୍ତ୍ରୀ, ବିଧାୟକ ଓ ରାଜ୍ୟରୁ ଏମ୍‌ପି ଥିବା କେତେଜଣ ବରିଷ୍ଠ ସଦସ୍ୟମାନେ ଅଂଶଗ୍ରହଣ କରି ବିଧାନସଭାର କାର୍ଯ୍ୟବିଧି ଓ ପରିଚାଳନା ନିୟମାବଳୀ ଉପରେ ବିସ୍ତୃତ ଆଲୋଚନା କରିବେ ା ଏହି ପ୍ରଶିକ୍ଷଣରେ ଓଡ଼ିଶା ବିଧାନସଭାର ସମସ୍ତ ସଦସ୍ୟାସଦସ୍ୟ ଯୋଗଦେବେ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀ ଏବଂ ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ପ୍ରମୁଖ ବକ୍ତବ୍ୟ ରଖିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri