୧୩ରେ ବିଧାୟକମାନଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୦।୯(ବ୍ୟୁରୋ) – ଚଳିତ ମାସ ୧୩ ଏବଂ ୧୪ ତାରିଖରେ ଓଡ଼ିଶା ବିଧାନସଭାର ନବନିର୍ବାଚିତ ସଦସ୍ୟାସଦସ୍ୟମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଲୋକସଭା ସଚିବାଳୟ (ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଓ ପ୍ରଶିକ୍ଷଣ ଅନୁଷ୍ଠାନ) ଓ ଓଡ଼ିଶା ବିଧାନସଭା ସଚିବାଳୟର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ବିଧାନସଭା ପରିସରରେ ଥିବା ନୂତନ ସମ୍ମିଳନୀ କକ୍ଷରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଦୁଇଦିନିଆ ଏହି କର୍ମଶାଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩ ତାରିଖ ପୂର୍ବାହ୍ନ ୧୦ଟା ୪୫ ମିନିଟ୍‌ରେ ଉଦ୍‌ଘାଟନ କରିବେ ବୋଲି ଜଣାପଡିଛି।
ନବନିର୍ବାଚିତ ସଭ୍ୟଙ୍କ ସଂସଦୀୟ ଜ୍ଞାନ ବୃଦ୍ଧି କରିବା ଏହି କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ । ପାର୍ଲାମେଣ୍ଟ କାର୍ଯ୍ୟାଳୟର ପ୍ରାୟ ୮ ଜଣ ବରିଷ୍ଠ ଅଧିକାରୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏଥିସହିତ ବିଧାନସଭାର ଅଭିଜ୍ଞ ଅନୁଭୂତିସମ୍ପନ୍ନ ମନ୍ତ୍ରୀ, ବିଧାୟକ ଓ ରାଜ୍ୟରୁ ଏମ୍‌ପି ଥିବା କେତେଜଣ ବରିଷ୍ଠ ସଦସ୍ୟମାନେ ଅଂଶଗ୍ରହଣ କରି ବିଧାନସଭାର କାର୍ଯ୍ୟବିଧି ଓ ପରିଚାଳନା ନିୟମାବଳୀ ଉପରେ ବିସ୍ତୃତ ଆଲୋଚନା କରିବେ ା ଏହି ପ୍ରଶିକ୍ଷଣରେ ଓଡ଼ିଶା ବିଧାନସଭାର ସମସ୍ତ ସଦସ୍ୟାସଦସ୍ୟ ଯୋଗଦେବେ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀ ଏବଂ ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ପ୍ରମୁଖ ବକ୍ତବ୍ୟ ରଖିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?