୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ ଦେଢ଼ମାସ ଧରି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ କିଭଳି ମୌଳିକ ସୁବିଧା ସୁଯୋଗ ହାତପାଆନ୍ତାରେ ମିଳିବ ଏବଂ ଲୋକେ ବିଶେଷ ଭାବେ ଉପକୃତ ହୋଇପାରିବେ ତାହାକୁ ନେଇ ଫେବୃଆରୀ ୧୩ ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି।
ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ୩୬ତମ ମନ୍ତ୍ରିମଣ୍ଡଳ ବୈଠକ ତଥା ରାଜ୍ୟ କ୍ୟାବିନେଟ ବୈଠକରେ ରାଜସ୍ବ ବିଭାଗ, ପୂର୍ତ୍ତ ବିଭାଗ, ସ୍ବାସ୍ଥ୍ୟ ସମେତ ପ୍ରାୟ ୭ ବିଭାଗର ୯ଟି ପ୍ରସ୍ତାବ ଆସିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ପକ୍ଷରୁ ଏଥର ସମସ୍ତ ବିଭାଗର ସଚିବଙ୍କଠାରୁ ଓଡ଼ିଶା ବିକାଶ-୨୦୩୬ ଏବଂ ଭାରତ ବିକାଶ-୨୦୪୭ ଲାଗି ୫ଟି ଲେଖାଏ ପ୍ରସ୍ତାବ ଲୋଡ଼ାଯାଇଥିଲା, ଯେଉଁଥିରେ କି ବିଭାଗୀୟ ସଚିବମାନେ ସରକାରଙ୍କ ଲକ୍ଷ୍ୟ ପୂରଣକୁ ଦୃଷ୍ଟିରେ ରଖି ତାଙ୍କର ସୁଚିନ୍ତିତ ପ୍ରସ୍ତାବ ଦେବାକୁ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜାନୁଆରୀ ପହିଲାରେ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ନେଇ ବିଭାଗୀୟ ସଚିବମାନେ ସେମାନଙ୍କର ସୁଚିନ୍ତିତ ପ୍ରସ୍ତାବମାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬ ଜୁନ୍‌ରେ ରାଜ୍ୟର ୨୮ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ଟି ପୌରପାଳିକାର ନିର୍ବାଚନ କରାଯିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିସହ ୨୦୨୭ରେ ପଞ୍ଚାୟତ ନିର୍ବାଚନ ରହିଛି। ଏସବୁ ଦୃଷ୍ଟିରୁ ଆସନ୍ତା ବଜେଟ ଅଧିବେଶନର ବହୁ ଗୁରୁତ୍ୱ ରହିଛି। କେନ୍ଦ୍ର ବଜେଟର ଝଲକ ରାଜ୍ୟ କ୍ୟାବିନେଟରେ ମଧ୍ୟ ଦେଖିବାକୁ ମିଳିବ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri