୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର ସନ୍ଧ୍ୟାଠାରୁ ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର କଣ୍ଟେଇପଲ୍ଲୀରୁ ଫୁଲବାଣୀକୁ ସଂଯୋଗ କରୁଥିବା ୧୩୨ କେଭି ବିଦ୍ୟୁତ ଲାଇନ ଅଚଳ ହୋଇଯିବାରୁ ସମଗ୍ର କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ଠପ ହୋଇପଡ଼ିଥିଲା।

ତେବେ ବିଦ୍ୟୁତ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀଙ୍କ ଜୋରଦାର ପାଟ୍ରୋଲିଂ ପରେ ଲାଇନ୍ରେ ଫଲ୍ଟର କାରଣ ଜଣାପଡ଼ିଛି। ଚକାପାଦ ବ୍ଲକ ଅନ୍ତର୍ଗତ ବେହେରାଗାଁ ପଞ୍ଚାୟତର ଲଦା ପାହାଡ଼ ଉପରେ ୧୩୨ କେଭି ଟାୱାର ଲାଇନ୍‌ରେ ଏକ ବିରାଟକାୟ ଗଛ ଲାଗିଯିବାରୁ ଏହି ଫଲ୍ଟ ସୃଷ୍ଟି ହୋଇଥିବା ଜଣାପଡ଼ିଛି।

ଫଲ୍ଟ ତ୍ରୁଟି ଜଣାପଡ଼ିବା ପରେ ବିଦ୍ୟୁତ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ଗଛ କାଟି ସଫା କରିବା ସହ ଲାଇନର ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି। ମରାମତି କାମ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ଜଣାପଡ଼ିଛି। ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଆଉ କିଛି ସମୟ ମଧ୍ୟରେ କନ୍ଧମାଳ ଜିଲ୍ଲାରେ ବିିଦ୍ୟୁତ ସେବା ସ୍ବାଭାବିକ ହୋଇଯିବ ବୋଲି ବିଭାଗ ପକ୍ଷରୁ ଆଶା ପ୍ରକାଶ କରାଯାଇଛି।

ଲଗାଣ ବର୍ଷା ମଧ୍ୟରେ ବିିଦ୍ୟୁତ ବିଭାଗର କର୍ମଚାରୀମାନେ ଦୀର୍ଘ ସମୟ ଧରି ପାଟ୍ରୋଲିଂ କରି ଫଲ୍ଟ ଖୋଜିବା ସହ ମରାମତି କାର୍ଯ୍ୟରେ ନିୟୋଜିତ ଥିବାରୁ ଶୀଘ୍ର ବିିଦ୍ୟୁତ ସେବା ସ୍ବାଭାବିକ ହେବା ନେଇ ଆଶା ସୃଷ୍ଟି ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?