୧୩ କ୍ୱାରାଣ୍ଟାଇନ କେନ୍ଦ୍ର ଲାଗି ୩୦ଲକ୍ଷ ଖର୍ଚ୍ଚ

କାକଟପୁର,୩୦।୪(ଡି.ଏନ.ଏ.): ଲକଡାଉନ ଅବଧି ବଢ଼ିବା ପରେ ବାହାର ରାଜ୍ୟରେ ଥିବା ଓଡ଼ିଆମାନେ ନିଜ ଗ୍ରାମକୁ ଫେରିବାରେ ଲାଗିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ପ୍ରତି ପଞ୍ଚାୟତାରେ କ୍ୱାରାଣ୍ଟାଇନ କେନ୍ଦ୍ର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପ୍ରତି ସରପଞ୍ଚଙ୍କୁ ୫ଲକ୍ଷ ପର୍ଯ୍ୟନ୍ତ ଖର୍ଚ୍ଚ କରି ୨୦ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ କରିବା ପାଇଁ କହିଛନ୍ତି। ଏହି କ୍ଷେତ୍ରରେ ଗତ ୨୪ତାରିଖ ସୁଦ୍ଧା କାକଟପୁର ବ୍ଲକରେ ୧୩ଟି କ୍ୱାରାଣ୍ଟାଇନ କେନ୍ଦ୍ର ଲାଗି ୩୦ଲକ୍ଷ ଖର୍ଚ୍ଚ ହୋଇଥିବା ରିପୋର୍ଟ ଆସିଛି। ଏହି ରିପୋର୍ଟରେ ବ୍ଲକର ମୋଟ ୧୬ଟି ପଞ୍ଚାୟତ ମଧ୍ୟରୁ ୧୨ଟି ପଞ୍ଚାୟତ ଦେଇଥିବା ହିସାବରୁ କୁଣ୍ଢେଇ ପଞ୍ଚାୟତ ୫ଲକ୍ଷ ୧୪ ହଜାର୧୩୦ଟଙ୍କା ସର୍ବାଧିକ ଅର୍ଥ ଖର୍ଚ୍ଚ କରିଥିବାବେଳେ ନାସିକେଶ୍ୱର ପଞ୍ଚାୟତ୧ଲକ୍ଷ ୬୦ହଜାର ୩୪୦ଟଙ୍କା ସବୁଠୁ କମ ଖର୍ଚ୍ଚ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri