୧୩ ଜିଲାରେ ବର୍ଷା, ୪ ଜିଲାରେ କୁହୁଡ଼ି

ଭୁବନେଶ୍ୱର,୭।୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ ଏବଂ ଗଞ୍ଜାମ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବାନ ରହିଛି। ଏହି ସମୟରେ କଳାହାଣ୍ଡି, ବଲାଙ୍ଗୀର, କୋରାପୁଟ ଏବଂ ରାୟଗଡ଼ା ଜିଲାରେ ଘନ କୁହୁଡ଼ି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ଯୋଗୁ ସର୍ବୋଚ୍ଚ ତାପମାତ୍ରା ହ୍ରାସ ପାଇଛି। ତେବେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଗୁରୁବାର ସର୍ବୋଚ୍ଚ ତାପମାତ୍ରା ୨୧ରୁ ୩୦ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିବାବେଳେ ସର୍ବନିମ୍ନ ତାପମାତ୍ରା ୧୦ରୁ ୨୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।