୧୩ ନଂ. ୱାର୍ଡରେ ଲାଗି ରହିଛି ବିଭିନ୍ନ ସମସ୍ୟା: ସାମାଜିକ ଦୂରତା ରଖି ରାସ୍ତାକୁ ଓହ୍ଲାଇଲେ ଶତାଧିକ ମହିଳା

ଜଗନ୍ନାଥପ୍ରସାଦ,୬।୫(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ବ୍ଲକ ଛାମୁଣ୍ଡା ପଞ୍ଚାୟତ ଚୋପର ଗ୍ରାମର ୧୩ ନମ୍ବର ୱାର୍ଡରେ ଲାଗି ରହିଛି ବିଭିନ୍ନ ସମସ୍ୟା। ଏହାର ପ୍ରତିବାଦରେ ବୁଧବାର ଶତାଧିକ ମହିଳା ସମସ୍ୟାର ସମାଧାନ ଦାବିରେ ସାମାଜିକ ଦୂରତା ବଜାଇ ରଖି ରାସ୍ତାକୁ ଓହ୍ଲାଇଛନ୍ତି।
ମହିଳାମାନେ ଅଭିଯୋଗ କରିଛନ୍ତି, ସେମାନେ ଗରିବ ଶ୍ରେଣୀର ହୋଇଥିବାବେଳେ ଏପର୍ଯ୍ୟନ୍ତ ସେମାନଙ୍କୁ କୌଣସି ସରକାରୀ ସହାୟତା ମିଳିପାରି ନାହିଁ। ସେମାନଙ୍କ ପାଖରେ ନା ଅଛି ଜବ କାର୍ଡ ନା ରାସନ କାର୍ଡ। ଏପରିକି ମନରେଗା ଯୋଜନାରେ କାମରେ ନିୟୋଜିତ ନ କରିବାରୁ ପରିବାର ପୁରୁଷମାନେ ବାହାର ରାଜ୍ୟରେ ନିଜର ଗୁଜୁରାଣ ମେଣ୍ଟାଉଛନ୍ତି। ବର୍ତମାନ କରୋନା ଭାଇରସ ସକାଶେ କାମ ଠପ ହୋଇଯିବା ସହ ସଞ୍ଚୟ ଥିବା ଟଙ୍କା ସରି ଗଲାଣି। ଫଳରେ ପରିବାର ଚଳାଇବା କଷ୍ଟକର ହୋଇ ପଡ଼ୁଛି।
ଅନ୍ୟପକ୍ଷରେ ରାସନ କାର୍ଡ, ଜବ କାର୍ଡ ପାଇବା ପାଇଁ ନିର୍ବାଚିତ ପ୍ରତିନିଧିଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ ନିକଟରେ ବହୁବାର ଅଭିଯୋଗ କରିଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା ଓ୍ବାର୍ଡର ମାଳତୀ ପରିଡା, ଖଦାଲି ଗୌଡ଼, ସୁନିତା ବେହେରା, ରୁନୁ ଗୌଡ଼ ପ୍ରମୁଖ ଅଭିଯୋଗ କରିଛନ୍ତି। ଏଥିସହ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବା ପାଇଁ ସେମାନେ ପ୍ରଶାସନ ନିକଟରେ ଦାବି କରିଛନ୍ତି। l ଖବରପାଇ ସ୍ଥାନୀୟ ଥାନା ଅଧିକାରୀ ଯୁବରାଜ ସ୍ବାାଇଁ ଘଟଣାସ୍ଥଳରେ ପହଞ୍ଚି ମହିଳାମାନଙ୍କୁ ବୁଝାସୁଝା କରିବା ସହ ସମସ୍ୟା ସମ୍ପର୍କରେ ପ୍ରଶାସନ ନିକଟରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଖବର ଲେଖା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri