୧୩ ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର, ୪୩୫ ଶଯ୍ୟା ପ୍ରସ୍ତୁତ

ଗୁଡଭେଲା,୨୨ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ୧୩ଟି ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର ଖୋଲାଯାଇଥିବା ବେଳେ ୪୩୫ଟି ଶଯ୍ୟା ପ୍ରସ୍ତୁତ ରହିଛି। ଏହି ସମସ୍ତ କେନ୍ଦ୍ରକୁ ବ୍ଲକ ଅଧ୍ୟକ୍ଷ ତଥା କେନ୍ଦ୍ର ସମବାୟ ବ୍ୟାଙ୍କ ନିର୍ଦ୍ଦେଶକ ଅଶୋକ ଚନ୍ଦ୍ର ଦୋରା ବୁଲି ଦେଖିବା ସହ ତଦାରଖ କରିଛନ୍ତି। ଉକ୍ତ କେନ୍ଦ୍ରଗୁଡ଼ିକରେ ଜଣେ ଲେଖାଏ ନୋଡାଲ ଅଫିସରଙ୍କୁ ନିୟୋଜିତ କରାଯାଇଛି। ଏହିସବୁ କେନ୍ଦ୍ରରେ ପାଣି, ବେଡ୍‌ସିଟ୍‌, ସାବୁନ, ସାନିଟାଇଜର, ପାଇଖାନା, ବିଦ୍ୟୁତ୍‌ ଏବଂ ରନ୍ଧାଖାଦ୍ୟ ଦେବାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଲକ୍‌ଡାଉନ୍‌ ପରେ ଏହି ବ୍ଲକ ବାହାରେ କାର୍ଯ୍ୟ କରୁଥିବା ପ୍ରାୟ ୭ ଶହ ଲୋକ ଆସିବାର ସମ୍ଭାବନା ରହିଥିବା ବ୍ଲକ ପ୍ରଶାସନର ଏକ ସର୍ଭେରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri