୧୩ ବର୍ଷର ନାବଳିକା ୭ ମାସର ଗର୍ଭବତୀ:ଅଭିଯୁକ୍ତ ୨ ଛୁଆର ବାପା ନାଁରେ ଏତଲା

ଜୟପୁର,୧୪ା୫(ଡି.ଏନ୍‌.ଏ.): ଦୁଇଟି ଛୁଆର ବାପା ଜଣେ ୧୩ ବର୍ଷର ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖି ତାଙ୍କୁ ୭ ମାସର ଗର୍ଭବତୀ କରିଛନ୍ତି। ଅଭିଯୁକ୍ତ ଜଣକ ଏବେ ବାହାର ରାଜ୍ୟରେ କାମ କରିବାକୁ ଚାଲିଯାଇଛନ୍ତି। କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ତଥା ବି.ସିଙ୍ଗପୁର ଥାନା ଅଧୀନ ଏକ ଗାଁରେ ଏଭଳି ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। ଘଟଣା ସମ୍ପର୍କରେ ଜାଣିବା ପରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅଭିଯୁକ୍ତଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି।
ମଙ୍ଗଳବାର ଜିଲା ଶିଶୁ ସୁରକ୍ଷା ଅଧିକାରୀ ରାଜଶ୍ରୀ ଦାସଙ୍କ ନେତୃତ୍ୱରେ ସିଡବ୍ଲ୍ୟୁସି ଅଧ୍ୟକ୍ଷା ଡ. ବି. ଗାୟତ୍ରୀ ଦେବୀ ଏବଂ ‘ସଖୀ’ର ପରିଚାଳିକା ଶିବାନୀ ପାତ୍ରଙ୍କ ସମେତ ଏକ ଟିମ୍‌ ନାବାଳିକାଙ୍କ ଗ୍ରାମର ପହଞ୍ଚତ୍ଥିଲେ। ସେଠାରେ ତାଙ୍କ ମା’ ବାପାଙ୍କ ସହିତ ଆଲୋଚନା କରିବା ପରେ ନାବାଳିକାଙ୍କୁ ନେଇ ଥାନାକୁ ଯାଇଥିଲା ଟିମ୍‌। ସେଠାରେ ଅଭିଯୁକ୍ତ ଉଦ୍ଧବ ସରକାରଙ୍କ ନାଁରେ ଏତଲା ଦିଆଯାଇଛି ା ଉଦ୍ଧବ ବିବାହିତ ଏବଂ ଘରେ ତାଙ୍କର ୨ଟି ସନ୍ତାନ ମଧ୍ୟ ରହିଥିବା ଜଣାପଡ଼ିଛି। ସେ ବାହାର ରାଜ୍ୟରେ ଶ୍ରମିକ ଭାବେ କାମ କରିବାକୁ ଚାଲିଯାଇଥିବା ପୀଡ଼ିତା ନାବାଳିକାଙ୍କ ପରିବାର କହିଛନ୍ତି। ଅନ୍ୟପକ୍ଷରେ ନାବାଳିକା ଜଣକ ୭ ମାସର ଗର୍ଭବତୀ ଥିବା ଉକ୍ତ ଅଞ୍ଚଳର ସ୍ବାସ୍ଥ୍ୟକର୍ମୀ ପ୍ରକାଶ କରିଛନ୍ତି। ଘରେ ତାଙ୍କର ଅନ୍ୟ ଦୁଇଜଣ ଦିବ୍ୟାଙ୍ଗ ବଡ଼ ଭଉଣୀ ଅଛନ୍ତି। ଏଭଳି ପରିସ୍ଥିତିରେ ୩ ଝିଅଙ୍କ ଭବିଷ୍ୟତ ଚିନ୍ତାରେ ରହିଛନ୍ତି ସେମାନଙ୍କ ମା’ ବାପା। ଗର୍ଭବତୀ ନାବାଳିକାଙ୍କୁ ଉଦ୍ଧାର କରିବା ପରେ ତାଙ୍କୁ କୋରାପୁଟ ନିଆଯାଇ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିବା ଶିଶୁ ସୁରକ୍ଷା ଅଧିକାରୀ ଦାସ ପ୍ରକାଶ କରିଛନ୍ତି। ତାଙ୍କୁ ଶିଶୁ ମଙ୍ଗଳ ସମିତି (ସିଡବ୍ଲ୍ୟୁସି) ନିକଟରେ ହାଜର କରାଯିବା ପରେ ‘ସଖୀ’ ଅନୁଷ୍ଠାନରେ ରଖାଯିବାର ବ୍ୟବସ୍ଥା କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ, ୧୯ କାଉନସିଲରଙ୍କ ଇସ୍ତଫା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବିଧାନସଭା ଆସନ ପାଇଁ ବିଜେଡି ଅନସୂୟା ମାଝିଙ୍କ ନାମ ଘୋଷଣା କରିବା ପରେ ଦଳରେ ଅନ୍ତକନ୍ଦଳ ସୃଷ୍ଟି ହୋଇଛି। ତାଙ୍କ ପ୍ରାର୍ଥତ୍ତ୍ୱକୁ...

ଓଡ଼ିଶାରୁ ଆନ୍ଧ୍ରକୁ କରୁଥିଲେ ଲୁହା ଚୋରା ଚାଲାଣ: ୭ ଗିରଫ

ପଟାଙ୍ଗି,୨୭ା୩(ଶରତ ଧଳ): ଓଡ଼ିଶା ତଥା ପଡ଼େଶୀ ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ଚାଲିଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଲୁହା ସାମଗ୍ରୀ ଚୋରି କରି ପଡ଼ୋଶୀ ଆନ୍ଧ୍ର...

ପୂର୍ବରୁ ଥିଲା ଶତ୍ରୁତା, ବଚସା ପରେ ଯୁବକଙ୍କୁ ମଦ କାଚ ଭୁସି ହତ୍ୟା

ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହରର ରାମକୃଷ୍ଣ ନଗରରେ ଜଣେ ଯୁବକଙ୍କୁ ମଦ କାଚରେ ଭୁସି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ କ୍ରିଷ୍ଣା କଣ୍ଡାଗରି (୩୦)।...

କୋରାପୁଟ ଲୋକସଭା ଆସନ: ୩ ଆଶାୟୀଙ୍କ ମଧ୍ୟରୁ କାଳୀରାମଙ୍କ ଉପରେ ଆସ୍ଥା ପ୍ରକଟ କଲା ଭାଜପା

ରାୟଗଡ଼ା,୨୪।୩(ଆଶିଷ ରଞ୍ଜନ ପଣ୍ଡା)-ପଞ୍ଚମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା। କୋରାପୁଟରୁ ଜଣେ ମହିଳାଙ୍କ ସମେତ ୩ ପ୍ରମୁଖ...

ଲାଞ୍ଚ ନେଇ ପଡ଼ିଥିଲେ ଧରା, ନିଲମ୍ବିତ ହେଲେ ସବ୍‌-ଇନ୍ସପେକ୍ଟର

ଭୁବନେଶ୍ୱର,୨୪ା୩: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ି ଭୁବନେଶ୍ୱରର ଶହୀଦନଗର ଥାନା ସବ୍‌-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ ରବିବାର ନିଲମ୍ବିତ ହୋଇଛନ୍ତି। ପୋଲିସ କମିଶନର ତାଙ୍କୁ...

୨୪୦ କେଜି ଗଞ୍ଜେଇ ଜବତ, ୬ ଗିରଫ

ବ୍ରହ୍ମପୁର,୨୪ା୩(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ପୃଥକ୍‌ ସ୍ଥାନରୁ ଜବତ ହୋଇଛି। ୬ ଜଣ ଚାଲାଣକାରୀଙ୍କୁ କାବୁ କରିଛି।...

ମା-ବାପାଙ୍କ ଜୀବନ ନେଲେ ପୁଅ

କେନ୍ଦୁଝର,୨୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା ଅନ୍ତର୍ଗତ କାଳିକା ପ୍ରସାଦ ପଞ୍ଚାୟତ ବସିରା ଗ୍ରାମରେ ପୁଅ ଆକ୍ରମଣରେ ମା ଓ ବାପାଙ୍କ ଶୋଚନୀୟ ମୃତ୍ୟୁ ଘଟିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri