Posted inରାଜ୍ୟ

୧୪ରୁ ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ ଦୁଇଦିନ ହେବ ପାରଦ ଉପର ମୁହାଁ ହୋଇଛି। କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠି ଯାଇଛି। ୧୦ ତାରିଖରୁ ୧୩ ତାରିଖ ଯାଏ ତାତି ସାମାନ୍ୟ ହ୍ରାସ ପାଇବ। ୧୪ରୁ   ପୁଣି ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେବ । ପାରଦ ୪୩ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯିବ ବୋଲି ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଗ ଅନୁକୂଳ ହେଉ ନ ଥିବାରୁ ତାହା ଲଘୁଚାପରେ ପରିଣତ ହୋଇ ପାରୁ ନାହିଁ। ତେବେ ଏହାର ପ୍ରଭାବରେ ଆସନ୍ତା ୧୪ ତାରିଖରୁ ରାଜ୍ୟରେ ତାତି ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି। ତାତି ବଢ଼ିଲେ ଘୂର୍ଣ୍ଣି ବଳୟ ଆସନ୍ତା ୧୪ କିମ୍ବା ୧୫ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବ ବୋଲି ଅନୁମାନ କରାଯାଇଛି। ଏହି ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ ତାହା ଆଉ ୪ ଦିନ ପରେ ଜଣାପଡ଼ିବ ବୋଲି ଅବସରପ୍ରାପ୍ତ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଶରତ କୁମାର ସାହୁ କହିଛନ୍ତି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଉତ୍ତର ଓଡ଼ିଶା, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।  ତେବେ ଏହି ସମୟରେ ଉପକୂଳ ଓଡ଼ିଶା ସମେତ ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ଦେବଗଡ଼, କୋରାପୁଟ ଏବଂ ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଝଡ଼ର ବେଗ ଘଣ୍ଟାକୁ ୩୦ରୁ ୪୦ କି.ମି. ରହିବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ୧୧ରୁ ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri