Posted inରାଜ୍ୟ

୧୪ରୁ ଭାଜପା ପାଳିବ ସେବା ସପ୍ତାହ

ଭୁବନେଶ୍ୱର,୫।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ସପ୍ତାହକୁ ଦେଶବ୍ୟାପୀ ସେବା ସପ୍ତାହ ଭାବେ ପାଳନ କରିବ ଭାଜପା। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ୧୭ ସେପ୍ଟେମ୍ବରରେ ପଡୁଛି। ତେଣୁ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯିବ ବୋଲି କେନ୍ଦ୍ର ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ସୂଚନା ଦେଇଛନ୍ତି ା ମେଘଓ୍ବାଲ ସେବା ସପ୍ତାହ ସମିତିର ରାଷ୍ଟ୍ରୀୟ ସଂଯୋଜକ ଅଛନ୍ତି।
ବୁଧବାର ମେଘଓ୍ବାଲ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଏହି ସେବା ସପ୍ତାହ ମଧ୍ୟରେ ଦଳର ଏମ୍‌ପି, ବିଧାୟକ, ଜିଲା ଅଧ୍ୟକ୍ଷ, ଜନ ପ୍ରତିନିଧି ଏବଂ ରାଜ୍ୟ ପଦାଧିକାରୀମାନେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ସାମିଲ ହେବେ ା ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର, ମାଗଣା ସ୍ବାସ୍ଥ୍ୟ ପରୀକ୍ଷା, ଚକ୍ଷୁ ପରୀକ୍ଷା, ଅସ୍ତ୍ରୋପଚାର ଶିବିର ଏବଂ ଔଷଧ ବଣ୍ଟନ ଆଦି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏହାସହ ହସ୍ପିଟାଲ, ଅନାଥାଶ୍ରମ ଏବଂ ବୃଦ୍ଧାଶ୍ରମଗୁଡିକରେ ଫଳ ବଣ୍ଟନ କରାଯିବ ା ଦିବ୍ୟାଙ୍ଗମାନଙ୍କ ଶିକ୍ଷା ଏବଂ ପାଳନ ପୋଷଣ ପାଇଁ ବିଭିନ୍ନ ସାମାଜିକ ସଙ୍ଗଠନଗୁଡିକ ସହିତ ସହଭାଗିତାରେ ସେବା କାର୍ଯ୍ୟ କରାଯିବ। ପ୍ରଧାନମନ୍ତ୍ରୀ ‘ସିଙ୍ଗଲ ୟୁଜ ପ୍ଲ୍‌ାଷ୍ଟିକ’ ତଥା ପ୍ଲାଷ୍ଟିକ ମୁକ୍ତ ଭାରତ ପାଇଁ ଯେଉଁ କଳ୍ପନା କରିଛନ୍ତି, ତାହାକୁ ସାକାର କରିବା ପାଇଁ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାମାନେ ସଂକଳ୍ପ ନେବେ ା ଏହି ପରିପ୍ରେକ୍ଷୀରେ ଭାଜପା କାର୍ଯ୍ୟକର୍ତ୍ତାମାନେ ନିଜ ଅଞ୍ଚଳର ସ୍କୁଲ ଓ କଲେଜରେ ଛାତ୍ରୀଛାତ୍ରମାନଙ୍କୁ ପ୍ଲାଷ୍ଟିକ ବସ୍ତୁ ବର୍ଜନ କରିବା ଏବଂ ଜଳ ସଂରକ୍ଷଣ ପାଇଁ ସଚେତନ କରାଇବେ। ସାଧାରଣ ଲୋକଙ୍କ ଭିତରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକକୁ ନେଇ ଜନଜାଗରଣ ସୃଷ୍ଟି କରାଯିବ, ଏହାର ସମ୍ପୂର୍ଣ୍ଣ ଦାୟିତ୍ୱ ଭାଜପା ରାଜ୍ୟ ନେତୃବୃନ୍ଦମାନେ ନେବେ। ପ୍ରତ୍ୟେକ ସାର୍ବଜନୀନ ସ୍ଥାନରେ ସଫେଇ କାର୍ଯ୍ୟକ୍ରମ କରାଯିବ ା ରାଜ୍ୟର ବିଭିନ୍ନ ସ୍ଥାନରେ ମେଡିକାଲ କ୍ୟାମ୍ପ ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯିବ ବୋଲି ସେ କହିଛନ୍ତି। ଛୋଟବେଳୁ ସେବାକୁ ପ୍ରଧାନମନ୍ତ୍ରୀ ପ୍ରାଧାନ୍ୟ ଦେଇ ଆସୁଛନ୍ତି। ତାଙ୍କ ଜୀବନଧାରା ଏବଂ ଉପଲବ୍ଧି ସମ୍ପର୍କିତ ପୁସ୍ତକକୁ ସମସ୍ତ ସହର ଏବଂ ଜିଲାରେ ପ୍ରଦର୍ଶିତ କରାଯିବ। ଦଳର ବରିଷ୍ଠ ନେତାମାନେ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷଙ୍କୁ ଭେଟି ଏହି ପୁସ୍ତକ ପ୍ରଦାନ କରିବେ। ଏହାସହ ବିଭିନ୍ନ ସ୍ଥାନରେ ପୁସ୍ତକ ପ୍ରଦର୍ଶନୀ କାର୍ଯ୍ୟକ୍ରମ ମଧ୍ୟ କରାଯିବ। ଦଳର ପଦାଧିକାରୀମାନେ ମୁଖ୍ୟତଃ ଏସବୁର ପ୍ରମୁଖ ଦାୟିତ୍ୱ ତୁଲାଇବେ। ସେବା ସମିତିର ରାଜ୍ୟ ସଂଯୋଜକ ଭାବେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଏବଂ ସହ ସଂଯୋଜକ ଭାବେ ମହେଶ ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଛି।
ଦେଶର ମାନ୍ଦାବସ୍ଥା ସମ୍ପର୍କରେ ତାଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ନିର୍ଦ୍ଦିଷ୍ଟ ଏକ ପ୍ରସଙ୍ଗରେ କିଛି ସୂଚନା ଦେବାକୁ ଆସିଛି। ଏ ସମ୍ପର୍କରେ କେନ୍ଦ୍ର ଅର୍ଥମନ୍ତ୍ରୀ ଯାହା କହିବା କଥା କହିଛନ୍ତି। ଅନ୍ୟପଟେ ଓଡ଼ିଶାକୁ କେନ୍ଦ୍ର ସରକାର ୫୦ଟି ବିଦ୍ୟୁତ୍‌ ଚାଳିତ ବସ୍‌ ଦେବାକୁ ଯେଉଁ ଘୋଷଣା କରିଥିଲେ ସେନେଇ କହିଛନ୍ତି, ତୁରନ୍ତ ଏହା ରାଜ୍ୟକୁ ପଠାଯିବ। ଦେଶର ୬୨ଟି ସହର ପାଇଁ ମୋଟ ୫୫୯୫ଟି ବସ୍‌ ଦେବାକୁ ଘୋଷଣା କରାଯାଇଛି। ଯଦି ରାଜ୍ୟ ଚାହିଁବ ଆହୁରି ବସ୍‌ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri