Posted inରାଜ୍ୟ

୧୪ରୁ ଭାଜପା ପାଳିବ ସେବା ସପ୍ତାହ

ଭୁବନେଶ୍ୱର,୫।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ସପ୍ତାହକୁ ଦେଶବ୍ୟାପୀ ସେବା ସପ୍ତାହ ଭାବେ ପାଳନ କରିବ ଭାଜପା। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ୧୭ ସେପ୍ଟେମ୍ବରରେ ପଡୁଛି। ତେଣୁ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯିବ ବୋଲି କେନ୍ଦ୍ର ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ସୂଚନା ଦେଇଛନ୍ତି ା ମେଘଓ୍ବାଲ ସେବା ସପ୍ତାହ ସମିତିର ରାଷ୍ଟ୍ରୀୟ ସଂଯୋଜକ ଅଛନ୍ତି।
ବୁଧବାର ମେଘଓ୍ବାଲ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଏହି ସେବା ସପ୍ତାହ ମଧ୍ୟରେ ଦଳର ଏମ୍‌ପି, ବିଧାୟକ, ଜିଲା ଅଧ୍ୟକ୍ଷ, ଜନ ପ୍ରତିନିଧି ଏବଂ ରାଜ୍ୟ ପଦାଧିକାରୀମାନେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ସାମିଲ ହେବେ ା ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର, ମାଗଣା ସ୍ବାସ୍ଥ୍ୟ ପରୀକ୍ଷା, ଚକ୍ଷୁ ପରୀକ୍ଷା, ଅସ୍ତ୍ରୋପଚାର ଶିବିର ଏବଂ ଔଷଧ ବଣ୍ଟନ ଆଦି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏହାସହ ହସ୍ପିଟାଲ, ଅନାଥାଶ୍ରମ ଏବଂ ବୃଦ୍ଧାଶ୍ରମଗୁଡିକରେ ଫଳ ବଣ୍ଟନ କରାଯିବ ା ଦିବ୍ୟାଙ୍ଗମାନଙ୍କ ଶିକ୍ଷା ଏବଂ ପାଳନ ପୋଷଣ ପାଇଁ ବିଭିନ୍ନ ସାମାଜିକ ସଙ୍ଗଠନଗୁଡିକ ସହିତ ସହଭାଗିତାରେ ସେବା କାର୍ଯ୍ୟ କରାଯିବ। ପ୍ରଧାନମନ୍ତ୍ରୀ ‘ସିଙ୍ଗଲ ୟୁଜ ପ୍ଲ୍‌ାଷ୍ଟିକ’ ତଥା ପ୍ଲାଷ୍ଟିକ ମୁକ୍ତ ଭାରତ ପାଇଁ ଯେଉଁ କଳ୍ପନା କରିଛନ୍ତି, ତାହାକୁ ସାକାର କରିବା ପାଇଁ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାମାନେ ସଂକଳ୍ପ ନେବେ ା ଏହି ପରିପ୍ରେକ୍ଷୀରେ ଭାଜପା କାର୍ଯ୍ୟକର୍ତ୍ତାମାନେ ନିଜ ଅଞ୍ଚଳର ସ୍କୁଲ ଓ କଲେଜରେ ଛାତ୍ରୀଛାତ୍ରମାନଙ୍କୁ ପ୍ଲାଷ୍ଟିକ ବସ୍ତୁ ବର୍ଜନ କରିବା ଏବଂ ଜଳ ସଂରକ୍ଷଣ ପାଇଁ ସଚେତନ କରାଇବେ। ସାଧାରଣ ଲୋକଙ୍କ ଭିତରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକକୁ ନେଇ ଜନଜାଗରଣ ସୃଷ୍ଟି କରାଯିବ, ଏହାର ସମ୍ପୂର୍ଣ୍ଣ ଦାୟିତ୍ୱ ଭାଜପା ରାଜ୍ୟ ନେତୃବୃନ୍ଦମାନେ ନେବେ। ପ୍ରତ୍ୟେକ ସାର୍ବଜନୀନ ସ୍ଥାନରେ ସଫେଇ କାର୍ଯ୍ୟକ୍ରମ କରାଯିବ ା ରାଜ୍ୟର ବିଭିନ୍ନ ସ୍ଥାନରେ ମେଡିକାଲ କ୍ୟାମ୍ପ ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯିବ ବୋଲି ସେ କହିଛନ୍ତି। ଛୋଟବେଳୁ ସେବାକୁ ପ୍ରଧାନମନ୍ତ୍ରୀ ପ୍ରାଧାନ୍ୟ ଦେଇ ଆସୁଛନ୍ତି। ତାଙ୍କ ଜୀବନଧାରା ଏବଂ ଉପଲବ୍ଧି ସମ୍ପର୍କିତ ପୁସ୍ତକକୁ ସମସ୍ତ ସହର ଏବଂ ଜିଲାରେ ପ୍ରଦର୍ଶିତ କରାଯିବ। ଦଳର ବରିଷ୍ଠ ନେତାମାନେ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷଙ୍କୁ ଭେଟି ଏହି ପୁସ୍ତକ ପ୍ରଦାନ କରିବେ। ଏହାସହ ବିଭିନ୍ନ ସ୍ଥାନରେ ପୁସ୍ତକ ପ୍ରଦର୍ଶନୀ କାର୍ଯ୍ୟକ୍ରମ ମଧ୍ୟ କରାଯିବ। ଦଳର ପଦାଧିକାରୀମାନେ ମୁଖ୍ୟତଃ ଏସବୁର ପ୍ରମୁଖ ଦାୟିତ୍ୱ ତୁଲାଇବେ। ସେବା ସମିତିର ରାଜ୍ୟ ସଂଯୋଜକ ଭାବେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଏବଂ ସହ ସଂଯୋଜକ ଭାବେ ମହେଶ ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଛି।
ଦେଶର ମାନ୍ଦାବସ୍ଥା ସମ୍ପର୍କରେ ତାଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ନିର୍ଦ୍ଦିଷ୍ଟ ଏକ ପ୍ରସଙ୍ଗରେ କିଛି ସୂଚନା ଦେବାକୁ ଆସିଛି। ଏ ସମ୍ପର୍କରେ କେନ୍ଦ୍ର ଅର୍ଥମନ୍ତ୍ରୀ ଯାହା କହିବା କଥା କହିଛନ୍ତି। ଅନ୍ୟପଟେ ଓଡ଼ିଶାକୁ କେନ୍ଦ୍ର ସରକାର ୫୦ଟି ବିଦ୍ୟୁତ୍‌ ଚାଳିତ ବସ୍‌ ଦେବାକୁ ଯେଉଁ ଘୋଷଣା କରିଥିଲେ ସେନେଇ କହିଛନ୍ତି, ତୁରନ୍ତ ଏହା ରାଜ୍ୟକୁ ପଠାଯିବ। ଦେଶର ୬୨ଟି ସହର ପାଇଁ ମୋଟ ୫୫୯୫ଟି ବସ୍‌ ଦେବାକୁ ଘୋଷଣା କରାଯାଇଛି। ଯଦି ରାଜ୍ୟ ଚାହିଁବ ଆହୁରି ବସ୍‌ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?