୧୪ରେ ଢେଙ୍କାନାଳ ବନ୍ଦ

ଢେଙ୍କାନାଳ ଅଫିସ,୧୦ା୨: ବରଗଡ ପରେ ଢେଙ୍କାନାଳରେ ସିଟି ହସ୍‌ପିଟାଲ ଦାବି ଜୋର ଧରିଛି। ଏହାକୁ ନେଇ ଢେଙ୍କାନାଳ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରବିବାର ଅପରାହ୍ନ ୫ଟାରେ ସ୍ଥାନୀୟ ଗଣେଶ ବଜାରଠାରେ ଏକ ବୁଦ୍ଧିଜୀବୀ ସମାବେଶ ଓ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ସହରସ୍ଥିତ ବାଜିଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସିଟି ହସ୍‌ପିଟାଲ ଓ ଦକ୍ଷିଣକାଳୀ ଅଞ୍ଚଳରେ ପ୍ରତିଷ୍ଠିତ ହୋଇଥିବା ୭ ମହଲା ବିଶିଷ୍ଟ ନୂତନ ଜିଲା ମୁଖ୍ୟ ଚିିକିତ୍ସାଳୟକୁ ମେଡିକାଲ କଲେଜ କରାଯିବା ଦାବିରେ ଆସନ୍ତା ୧୪ ତାରିଖ ଦିନ ଢେଙ୍କାନାଳ ବନ୍ଦ ପାଳନ କରାଯିବା ପାଇଁ କମିଟି ପକ୍ଷରୁ ନିଷ୍ପତ୍ତି ହୋଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଥିଲା। ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସହରରେ ବନ୍ଦ ପାଳନ କରାଯିବା ସହ ସିଟି ହସ୍‌ପିଟାଲ ଓ ମେଡିକାଲ କଲେଜ ଦାବିରେ ଶୋଭାଯାତ୍ରା ଅନୁଷ୍ଠିତ ହେବ। ଏହି ଅବସରରେ ଜିଲା ସଦର ମହୁକମାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ, ବ୍ୟବସାୟ ପ୍ରତିଷ୍ଠାନ, ଯାନବାହାନ ଚଳାଚଳକୁ ବନ୍ଦ ରଖାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି ା କେବଳ ରେଳ ଚଳାଚଳ ଜାରି ରହିବ ବୋଲି ସୂଚନା ଦିଆଯାଇଛି। ବୁଦ୍ଧିଜୀବୀ ସମାବେଶ ଓ ଖବରଦାତା ସମ୍ମିଳନୀରେ ସହରର ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା, ବୁଦ୍ଧିଜୀବୀ, ଆଇନଜୀବୀ, ରାଜନୈତିକ ଦଳର ନେତୃବୃନ୍ଦ, ଜିଲା ସାମ୍ବାଦିକ ସଂଘର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। ରାମଚନ୍ଦ୍ର ପାତ୍ରଙ୍କ ଆବାହକତ୍ୱରେ ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ଚାମ୍ବର ଅଫ୍‌ କମର୍ସର ସଭାପତି ଶରତଚନ୍ଦ୍ର ପାଢୀ, ମିଳିତବଜାର ପୂଜା କମିଟି ସଭାପତି ବିଶ୍ୱନାଥ ବେହେରା, ଜଗତ ଉଦ୍ଧାର ମଞ୍ଚ ସଭାପତି ନବକିଶୋର ଗୁରୁ, ଜିଲା ସାମ୍ବାଦିକ ସଂଘ ସଭାପତି ପ୍ରସନ୍ନ କୁମାର ପଟ୍ଟନାୟକ, ବରିଷ୍ଠ ଖବରଦାତା କୃଷ୍ଣକୁମାର ମିଶ୍ର, ଶିକ୍ଷାବିତ୍‌ ପ୍ରଦ୍ୟୁମ୍ନ ରଥ, ବିକ୍ରମ କେଶରୀ ପାଣି, ଜିଲା କେମିଷ୍ଟ ଓ ଡ୍ରଗିଷ୍ଟ ଆସୋସିଏଶନ ପକ୍ଷରୁ ଦିଲୀପ ମିଶ୍ର, ସାମାଜିକ କର୍ମୀ ରବି ନାରାୟଣ ମହାନ୍ତି, ଜିଲା କଂଗ୍ରେସ ସଭାପତି ସୁରେଶ ପାଣିଗ୍ରାହୀ, କାର୍ଯ୍ୟକାରୀ ସଭାପତି ସରୋଜ ପଟ୍ଟନାୟକ, ପୂର୍ବତନ ସଭାପତି ସମରେନ୍ଦ୍ର ନନ୍ଦ, ପ୍ରେମଶଙ୍କର ମିଶ୍ର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ପ୍ରକାଶଥାଉ କି, ଗତ ୨୬ା୫ା୨୦୧୮ରେ ଜିଲା ମୁଖ୍ୟ ଚିକିତ୍ସାଳୟ ବାଜିଚୌକଠାରୁ ସ୍ଥାନାନ୍ତରିତ ହୋଇ ଦକ୍ଷିଣକାଳୀ ଅଞ୍ଚଳରେ ୫୦ କୋଟି ଟଙ୍କାରେ ନିର୍ମିତ ହୋଇଥିବା ୭ ମହଲା ବିଲ୍ଡିଂକୁ ଯାଇଥିଲା। ଏହା ପରେ ବାଜିଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ବିଲ୍ଡିଂଟି କୌଣସି କାର୍ଯ୍ୟରେ ବ୍ୟବହାର ନ ହୋଇ ଅସାମାଜିକଙ୍କ ପେଣ୍ଠସ୍ଥଳୀ ସାଜିଥିଲା। ଏଥିପାଇଁ ପୂର୍ବରୁ ମଧ୍ୟ ବହୁବାର ସିଟି ହସ୍ପିଟାଲ କରିବାକୁ ଦାବି ହୋଇଆସୁଥିଲା। କିନ୍ତୁ ଏ ନେଇ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri