୧୪ରେ ମୁମ୍ବାଇ ଫେରିବ ଟିମ୍‌ ଇଣ୍ଡିଆ

ଲଣ୍ଡନ,୧୨।୭(ପିଟି)- ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ପରାସ୍ତ ହୋଇଥିବା ଭାରତୀୟ ଦଳ ଆସନ୍ତା ରବିବାର ସ୍ବଦେଶ ଫେରିବେ। ଦୁଇ ଦିନ ଧରି ମାଞ୍ଚେଷ୍ଟରଠାରେ ଖେଳାଯାଇଥିବା ସେମିଫାଇନାଲରେ ଭାରତୀୟ ଦଳ ୧୮ ରନ୍‌ରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରିଥିଲା। ଭାରତୀୟ ଦଳର ଖେଳାଳିମାନେ ଅଲଗା ଅଲଗା ହୋଇଯାଇଛନ୍ତି। ସେମାନେ ଶନିବାର ଲଣ୍ଡନଠାରେ ଏକତ୍ରିତ ହେବେ। ୧୪ ତାରିଖରେ ସମସ୍ତେ ଏକାସଙ୍ଗେ ଲଣ୍ଡନରୁ ମୁମ୍ବାଇ ଆସିବେ ବୋଲି ବିସିସିଆଇ ସୂତ୍ରରୁ ଜଣାପଡ଼ିଛି। ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ସମାନ ଦିନ ଖେଳାଯିବାର ଅଛି। ପୂର୍ବରୁ ଭାରତୀୟ ଖେଳାଳିମାନେ ଭିନ୍ନ ଭିନ୍ନ ସ୍ଥାନକୁ ଯିବା ନେଇ ଆଲୋଚନା ହେଉଥିଲା। ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଉପରେ ସଭିଙ୍କ ନଜର ରହିବ। ସେ ମୁମ୍ବାଇରେ ପହଞ୍ଚତ୍ବା ପରେ ନିଜ ଭବିଷ୍ୟତ ଯୋଜନା ସ୍ପଷ୍ଟ କରିପାରନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ମଧ୍ୟ ନେଇପାରନ୍ତି। ୩୮ ବର୍ଷୀୟ କ୍ରିକେଟର ମୁମ୍ବାଇରୁ ରାଞ୍ଚତ୍ ଯିବେ। ଉଇକେଟକିପର ବ୍ୟାଟ୍ସମ୍ୟାନଙ୍କ ବିଶ୍ୱକପ୍‌ ଆଭରେଜ ଥିଲା। ସେ ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲରେ ୫୦ ରନ୍‌ କରିଥିଲେ। ଏହା ତାଙ୍କ କ୍ୟାରିୟରର ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ୍‌ ହୋଇପାରେ ବୋଲି ଆଶା କରାଯାଉଛି। ୨୦୦୭ ବିଶ୍ୱ ଟି୨୦ ଓ ୨୦୧୧ ଆଇସିସି ବିଶ୍ୱକପ୍‌ ଦଳର ଅଧିନାୟକଙ୍କୁ ଧିମା ବ୍ୟାଟିଂ ଲାଗି ଏବେ ପ୍ରବଳ ସମାଲୋଚନାର ଶିକାର ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri