Posted inଜାତୀୟ

୧୪୩ ପିଟିଶନର ଶୁଣାଣି ଆଜି

ନୂଆଦିଲ୍ଲୀ,୨୨ା୧(ପି.ଟି.): ସିଏଏର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ୧୪୩ଟି ପିଟିଶନର ଶୁଣାଣି ବୁଧବାର ସୁପ୍ରିମକୋର୍ଟରେ ହେବ। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଅବ୍‌ଦୁଲ ନଜିର ଓ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ଆବେଦନଗୁଡ଼ିକର ବିଚାର କରିବେ।
ସଂଶୋଧନ ଆଇନ, ୨୦୧୯ ଅନୁସାରେ ପଡ଼ୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧାର୍ମିକ ଅତ୍ୟାଚାରର ଶିକାର ହୋଇ ୨୦୧୪ ଡିସେମ୍ବର ୩୧ ସୁଦ୍ଧା ଭାରତକୁ ଆସିଥିବା ସଂଖ୍ୟାଲଘୁ ଶରଣାର୍ଥୀମାନଙ୍କୁ ନାଗରିକତ୍ୱ ପ୍ରଦାନ କରାଯିବ। ହିନ୍ଦୁ, ଶିଖ୍‌, ବୌଦ୍ଧ, ଖ୍ରୀଷ୍ଟିୟାନ, ଜୈନ ଓ ପାର୍ସୀଙ୍କୁ ଭାରତର ନାଗରିକତ୍ୱ ମିଳିବାକୁ ଥିବାବେଳେ ମୁସ୍‌ଲିମ ସମ୍ପ୍ରଦାୟକୁ ଏଥିରୁ ବାଦ୍‌ ଦିଆଯାଇଛି। ତେଣୁ ଏହାକୁ ରାଜନୈତିକ ଦଳ, ନେତା, ଏନ୍‌ଜିଓ ସମେତ ଅନେକ ସଂସ୍ଥା ପକ୍ଷରୁ ଚ୍ୟାଲେଞ୍ଜ କରାଯାଇଛି। ଏପରି କି ଜାନୁୟାରୀ ୧୦ରୁ କାର୍ଯ୍ୟକାରୀ ହୋଇଥିବା ଏହି ଆଇନ ଉପରେ ସ୍ଥଗିତାଦେଶ ଜାରି ପାଇଁ ମଧ୍ୟ ଅନେକ ଆବେଦନକାରୀ ଅଦାଲତଙ୍କୁ ଅନୁରୋଧ କରିଥିଲେ। ତିନିଜଣିଆ ଖଣ୍ଡପୀଠ ଗତ ଡିସେମ୍ବର ୧୮ରେ ଇଣ୍ଡିଆନ୍‌ ୟୁନିୟନ୍‌ ଅଫ୍‌ ମୁସ୍‌ଲିମ୍‌ ଲିଗ୍‌ (ଆଇୟୁଏମ୍‌ଏଲ୍‌) ଓ କଂଗ୍ରେସ ନେତା ଜୟରାମ ରମେଶଙ୍କ ସମେତ ଆବେଦନକାରୀମାନଙ୍କ ୧୪୩ ପିଟିଶନର ଶୁଣାଣି ଲାଗି ରାଜି ହେବା ସହ କେନ୍ଦ୍ର ସରକାରଙ୍କୁ ନୋଟିସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri