୧୪୪ ଧାରା ସତ୍ତ୍ବେ ଚାଲିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ

ପୁରୁଷୋତ୍ତମପୁର, ୧୮ା୩ (ଡି.ଏନ.ଏ.) – ଗଞ୍ଜାମ ଜିଲାରେ ମାରାତ୍ମକ କରୋନା ଭାଇରସକୁ ନେଇ ଜିଲାପାଳ ୧୪୪ ଧାରା ଜାରିକରି ପାଞ୍ଚ ଜଣରୁ ଅଧିକା ଲୋକ ଗୋଟିଏ ସ୍ଥାନରେ ଗହଳି କରିବା ନେଇ କଟକଣା ଜାରି କରିଛନ୍ତି। ହେଲେ ବିଭିନ୍ନ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ଚାଲିଥିବା କାମରେ ବହୁ ସଂଖ୍ୟାରେ ଶ୍ରମିକ ଏକାଠି ହୋଇ କାମ କରୁଛନ୍ତି। ଏନେଇ ସ୍ଥାନୀୟ ପ୍ରଶାସନ ଗୁରୁତ୍ୱ ଦେଉନାହିଁ ବୋଲି ଲୋକଙ୍କ ମଧ୍ୟରେ ଆଲୋଚନା ହେଉଛି। ଶିକୁଳା ପଞ୍ଚାୟତର ଶିକୁଳା ଗ୍ରାମରେ ଥିବା ଭଗବତ ଗାଡିଆର ପୁନରୁଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ବଡ ବରଗାଁ ପଞ୍ଚାୟତର ତେନ୍ତୁଳିଆ ବନ୍ଧ, ନୂଆଗଁା ବନ୍ଧ ଓ ବଡ ବରଗଁାର ଗୁହଁାଳିଆ ହଜ୍‌ର ପୁନରୁଦ୍ଧାର କାମ ଚାଲିଛି। ଏନେଇ ବଡବରଗାଁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଅରକ୍ଷିତ ଶାସମଲଙ୍କ ସହ ଯୋଗାଯୋଗ କରିବାରୁ ସେ ଏଥିନେଇ କିଛି ନିର୍ଦ୍ଦେଶନାମା ଜିଲା ପ୍ରଶାସନଠାରୁ ଆସି ନ ଥିବା କହିଥିବାବେଳେ ଶିକୁଳା ପଞ୍ଚାୟତ ନିର୍ବାହୀ ଅଧିକାରୀ ରମେଶ ଚନ୍ଦ୍ର ଗୌଡଙ୍କ ସହ ଯୋଗାଯୋଗ କରାଯିବାରୁ ସେ ମଧ୍ୟ ନିର୍ଦ୍ଦେଶ ଆସିଲେ ବନ୍ଦ କରିଦେବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri