୧୪ ଦଫା ଦାବିରେ ଅଙ୍ଗନୱାଡି କର୍ମୀଙ୍କ ଧାରଣା

ଖୋର୍ଦ୍ଧା ଅଫିସ,୪।୧୧: ଅଲ୍‌ ଓଡ଼ିଶା ଅଙ୍ଗନୱାଡି ମହିଳା କର୍ମୀଙ୍କ ପକ୍ଷରୁ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦିଆଯାଇଛି। ଏ ନେଇ ଅଙ୍ଗନୱାଡି କର୍ମୀମାନେ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ୧୪ ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି । ଦାବିଗୁଡ଼ିକ ମଧ୍ୟରେ ଅଙ୍ଗନୱାଡି କର୍ମୀ, ସହାୟିକା ଓ ମିନି ଅଙ୍ଗନୱାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ପ୍ରଦାନ, ସରକାରୀ କର୍ମଚାରୀ ମାନ୍ୟତା ନ ମିଳିବା ପର୍ଯ୍ୟନ୍ତ ସର୍ବନିମ୍ନ ୧୮ ହଜାର ଟଙ୍କା ଓ ସହାୟିକାଙ୍କ ପାଇଁ ୯ ହଜାର ଟଙ୍କା ପ୍ରଦାନ ବ୍ୟବସ୍ଥା, ସୁପର୍‌ଭାଇଜର୍‌ ପଦବୀକୁ କେବଳ ଅଙ୍ଗନୱାଡି କର୍ମୀଙ୍କୁ ପଦୋନ୍ନତି, ମିନି ଅଙ୍ଗନୱାଡି କର୍ମୀଙ୍କୁ ଅଙ୍ଗନୱାଡି କର୍ମୀର ମାନ୍ୟତା ସହ ମିନି ଅଙ୍ଗନୱାଡି କେନ୍ଦ୍ରରେ ଜଣେ ସହାୟିକା ନିଯୁକ୍ତି, ଗାଁ କଲ୍ୟାଣ ସମିତି କାର୍ଯ୍ୟଗୁଡିକରୁ ଅଙ୍ଗନୱାଡି କର୍ମୀଙ୍କୁ ବାଦ୍‌, କାର୍ଯ୍ୟରତ ଅବସ୍ଥାରେ ଦୁର୍ଘଟଣା ଜନିତ ମୃତ୍ୟୁ ହେଲେ ୫ ଲକ୍ଷ ଟଙ୍କା, ପରିବାରରୁ ଜଣଙ୍କୁ ଚାକିରି ଆଦି ଅନ୍ତର୍ଭୁକ୍ତ। ଅଲ୍‌ ଓଡ଼ଶା ଅଙ୍ଗନୱାଡି ୱାର୍କର୍ସ ଆସୋସିଏଶନର ଖୋର୍ଦ୍ଧା ଜିଲା ସମ୍ପାଦିକା ବନିତାଞ୍ଜଳି ଦାସ, ସଭାନେତ୍ରୀ ପ୍ରଭାତି ମଙ୍ଗରାଜ, ବିଜୟ ପାତ୍ର, ଶାନ୍ତିଲତା ସେଠୀ, ଗଣେଶ୍ୱର ଦାସ, କୁଞ୍ଜଲତା ଦାସ ପ୍ରମୁଖଙ୍କ ନେତୃତ୍ୱରେ ହଜାରେରୁ ଊର୍ଦ୍ଧ୍ୱ କର୍ମୀ ବିକ୍ଷୋଭରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri