୧୪ ଦିନ କ୍ୱାରାଣ୍ଟାଇନରେ ୨୧ ପୋଲିସ କର୍ମଚାରୀ

କଣାସ,୧୮ା୬(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅଞ୍ଚଳରେ ୨ଜଣ ଅଭିଯୁକ୍ତ ବୁଧବାର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଫଳରେ ଏମାନଙ୍କ ସଂସ୍ପର୍ଶରେ ଆସିଥିବା କଣାସ ଥାନାର ୧୦ଜଣ ଓ ଗଡ଼ିଶାଗୋଦା ଥାନାର ୧୧ଜଣ ପୋଲିସ କର୍ମଚାରୀଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରହିବାକୁ ପଠାଇ ଦିଆଯାଇଛି। ସୂଚନା ମୁତାବକ, କଣାସ ଥାନା ଅଞ୍ଚଳରେ ବାଇକ୍‌ ଚୋରି ଘଟଣାରେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଥିଲା। ପରେ ତାଙ୍କୁ କୋର୍ଟ ଚାଲାଣ ପାଇଁ ନେବାବେଳେ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଅଭିଯୁକ୍ତଙ୍କ ସ୍ବାବ ପରୀକ୍ଷା ପାଇଁ ପଠାଯାଇଥିଲା। ତେବେ ବୁଧବାର ରିପୋର୍ଟରେ ପଜିଟିଭ ଆସିବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୧୦ଜଣ କର୍ମଚାରୀଙ୍କୁ ଏସ୍‌ପି ଉମାଶଙ୍କର ଦାଶଙ୍କ ନିର୍ଦ୍ଦେଶକ୍ରମେ ପୁରୀ କ୍ୱାରାଣ୍ଟାଇନ ସେଣ୍ଟରକୁ ପଠାଯାଇଥିବା କଣାସ ଆଇଆଇସି ତପନ ରାଉତ କହିଛନ୍ତି। ସେହିପରି ଗଡ଼ିଶାଗୋଦା ଥାନା ପୋଲିସ ଅନ୍ୟ ଏକ କେସ୍‌ରେ ଭୁବନେଶ୍ୱରର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲଣ କରିଥିଲେ। ତାଙ୍କର ମଧ୍ୟ ସ୍ବାବ ପରୀକ୍ଷା ପାଇଁ ପଠାଯାଇଥିବାବେଳେ ବୁଧବାର ରିପୋର୍ଟରେ ପଜିଟିଭ ଆସିଥିଲା। ଏହି ଅଭିଯୁକ୍ତଙ୍କ ସଂସ୍ପର୍ଶରେ ୧୧ଜଣ ପୋଲିସ କର୍ମଚାରୀ ଥିଲେ। ଏହି କର୍ମଚାରୀମାନଙ୍କୁ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ୧୪ଦିନ ହୋମ କ୍ୱାରାଣ୍ଟାଇନରେ ରହିବାକୁ ଗୋଡ଼ିଶଗୋଦା ଥାନା ଆଇଆଇସି ଦେବାଶିଷ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri