ଜୟପୁର,୪ା୧୨(ନି.ପ୍ର)-ମାଓବାଦୀଙ୍କ ପିଏଲଜିଏ ସପ୍ତାହ ପାଳନ ହେଉଥିବାରୁ ଅବିଭକ୍ତ କୋରାପୁଟ ଜିଲାରେ ହାଇଆଲର୍ଟ ଜାରି କରାଯାଇଛି। ଜୟପୁରରୁ ମାଲକାନଗିରି ବସ୍ ସେବା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ସୁରକ୍ଷା ଦୃଷ୍ଟିରୁ ଅବିଭକ୍ତ କୋରପୁଟ ଜିଲାରେ ୩୫ରୁ ଅଧିକ ସରକାରୀ ବସ୍ ଚଳାଚଳକୁ ବନ୍ଦ କରାଯାଇଛି ା ୧ ତାରିଖଠାରୁ ବସ୍ ଚଳାଚଳ ବନ୍ଦ ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ଜୟପୁର ଜୋନର ପାଖାପାଖି ୧୪ଟି ରୁଟରେ ବସ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ା ମାଓବାଦୀମାନେ ଯେପରି କିଛି କାଣ୍ଡ ନ ଘଟାଇ ପାରନ୍ତି ସେଥିଲାଗି ଜିଲା ପୋଲିସ ତରଫରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମାଲକାନଗିରି ଜିଲା ରୁଟ୍ରେ ୨୦ଟି ସରକାରୀ ବସ୍ ବନ୍ଦ ରଖାଯାଇ ଥିବା ବେଳେ ପାରଳାଖେମୁଣ୍ଡି- ଫୁଲବାଣୀ ରୁଟ୍ରେ ୪ଟି ବସ୍ ବନ୍ଦ କରାଯାଇଛି। ଆନ୍ଧ୍ରର ଆରକୁ ଗୋଟିଏ ବସ୍, ପାବତୀପୁରମ ଗୋଟିଏ, କାଶୀପୁର ଦୁଇଟି, ଭଦ୍ରାଚଳମ ଦୁଇଟି ,ଗୁଣପୁର ଦୁଇଟି ଓ ଭାୟା ରାୟଗଡା ଦେଇ ଯାଉଥିବା ବ୍ରହ୍ମପୁର, ଭଞ୍ଜନଗର ଓ ଭୁବନେଶ୍ୱରକୁ ଯାଉଥିବା ୮ଟି ବସକୁ ବନ୍ଦ କରାଯାଇଛି ା ଜିଲା ପୋଲିସ ତରଫରୁ ସୀମାନ୍ତ ଅଞ୍ଚଳକୁ ସିଲ୍ କରିବା ସହ କୋମ୍ବିଂ ଅପରେଶନ୍ ଜୋରଦାର କରାଯାଇଛି । ଏହାକୁ ନେଇ ଲୋକେ ଆତଙ୍କିତ ହୋଇପଡିଥିବାରୁ ଜିଲା ପୋଲିସ ତରଫରୁ ଭୟଭୀତ ହେବାର କିଛି ଆଶଙ୍କା ନାହିଁ ବୋଲି କୁହାଯାଇଛି। ଅନ୍ୟପଟେ ପିଏଲଜିଏ ସପ୍ତାହକୁ ସଫଳ କରିବା ଲାଗି ମାଓବାଦୀମାନେ କୋରାପୁଟ, ମାଲକାନଗିରି, ରାୟଗଡା ଜିଲାର ସୀମାନ୍ତ ଅଞ୍ଚଳରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ଆହ୍ବାନ ଦେଇଛନ୍ତି। ଏହି ସପ୍ତାହ ପାଳନ ସମୟରେ ମାଓବାଦୀ ସଂଗଠନର କେନ୍ଦ୍ରୀୟ କମିଟିର ନେତାମାନେ ଅଞ୍ଚଳ ଗସ୍ତ କରି ସଂଗଠନକୁ ଅଧିକ ଶକ୍ତିଶାଳୀ କରାଯିବା, ପୋଲିସ ତଥା ସୁରକ୍ଷା ବଳଙ୍କ ମଧ୍ୟରେ ଅଧିକରୁ ଅଧିକ ଭୟ ସୃଷ୍ଟି କରାଇବା,ଯେଉଁ ଅଞ୍ଚଳରେ ସଂଗଠନ ଦୁର୍ବଳ ଅଛି,ସେଠି ସ୍ଥାନୀୟ ଲୋକଙ୍କୁ କିଭଳି ଅକ୍ତିଆର କରାଯିବ ସେ ନେଇ କ୍ୟାଡରଙ୍କୁ ଅବଗତ କରାଯାଇଛି। ଜୟପୁର ଷ୍ଟେଶନ ମାଷ୍ଟର ପ୍ରମୋଦ କୁମାର ସାହୁ କହିଛନ୍ତି, ସୁରକ୍ଷା ଦୃଷ୍ଟିରୁ ବସ ଚଳାଚଳ ପ୍ରଭାବିତ ହୋଇଛି। ଆସନ୍ତା ୯ ତାରିଖରୁ ସ୍ବାଭାବିକ ହେବ ା
Posted inଆମ ଜିଲା ଖବର, କୋରାପୁଟ View All
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
Archives


