୧୪ ରୁଟ୍‌ରେ ୩୫ରୁ ଊର୍ଦ୍ଧ୍ୱ ବସ୍‌ ବନ୍ଦ

ଜୟପୁର,୪ା୧୨(ନି.ପ୍ର)-ମାଓବାଦୀଙ୍କ ପିଏଲଜିଏ ସପ୍ତାହ ପାଳନ ହେଉଥିବାରୁ ଅବିଭକ୍ତ କୋରାପୁଟ ଜିଲାରେ ହାଇଆଲର୍ଟ ଜାରି କରାଯାଇଛି। ଜୟପୁରରୁ ମାଲକାନଗିରି ବସ୍‌ ସେବା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ସୁରକ୍ଷା ଦୃଷ୍ଟିରୁ ଅବିଭକ୍ତ କୋରପୁଟ ଜିଲାରେ ୩୫ରୁ ଅଧିକ ସରକାରୀ ବସ୍‌ ଚଳାଚଳକୁ ବନ୍ଦ କରାଯାଇଛି ା ୧ ତାରିଖଠାରୁ ବସ୍‌ ଚଳାଚଳ ବନ୍ଦ ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ଜୟପୁର ଜୋନର ପାଖାପାଖି ୧୪ଟି ରୁଟରେ ବସ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ା ମାଓବାଦୀମାନେ ଯେପରି କିଛି କାଣ୍ଡ ନ ଘଟାଇ ପାରନ୍ତି ସେଥିଲାଗି ଜିଲା ପୋଲିସ ତରଫରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମାଲକାନଗିରି ଜିଲା ରୁଟ୍‌ରେ ୨୦ଟି ସରକାରୀ ବସ୍‌ ବନ୍ଦ ରଖାଯାଇ ଥିବା ବେଳେ ପାରଳାଖେମୁଣ୍ଡି- ଫୁଲବାଣୀ ରୁଟ୍‌ରେ ୪ଟି ବସ୍‌ ବନ୍ଦ କରାଯାଇଛି। ଆନ୍ଧ୍ରର ଆରକୁ ଗୋଟିଏ ବସ୍‌, ପାବତୀପୁରମ ଗୋଟିଏ, କାଶୀପୁର ଦୁଇଟି, ଭଦ୍ରାଚଳମ ଦୁଇଟି ,ଗୁଣପୁର ଦୁଇଟି ଓ ଭାୟା ରାୟଗଡା ଦେଇ ଯାଉଥିବା ବ୍ରହ୍ମପୁର, ଭଞ୍ଜନଗର ଓ ଭୁବନେଶ୍ୱରକୁ ଯାଉଥିବା ୮ଟି ବସକୁ ବନ୍ଦ କରାଯାଇଛି ା ଜିଲା ପୋଲିସ ତରଫରୁ ସୀମାନ୍ତ ଅଞ୍ଚଳକୁ ସିଲ୍‌ କରିବା ସହ କୋମ୍ବିଂ ଅପରେଶନ୍‌ ଜୋରଦାର କରାଯାଇଛି । ଏହାକୁ ନେଇ ଲୋକେ ଆତଙ୍କିତ ହୋଇପଡିଥିବାରୁ ଜିଲା ପୋଲିସ ତରଫରୁ ଭୟଭୀତ ହେବାର କିଛି ଆଶଙ୍କା ନାହିଁ ବୋଲି କୁହାଯାଇଛି। ଅନ୍ୟପଟେ ପିଏଲଜିଏ ସପ୍ତାହକୁ ସଫଳ କରିବା ଲାଗି ମାଓବାଦୀମାନେ କୋରାପୁଟ, ମାଲକାନଗିରି, ରାୟଗଡା ଜିଲାର ସୀମାନ୍ତ ଅଞ୍ଚଳରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ଆହ୍ବାନ ଦେଇଛନ୍ତି। ଏହି ସପ୍ତାହ ପାଳନ ସମୟରେ ମାଓବାଦୀ ସଂଗଠନର କେନ୍ଦ୍ରୀୟ କମିଟିର ନେତାମାନେ ଅଞ୍ଚଳ ଗସ୍ତ କରି ସଂଗଠନକୁ ଅଧିକ ଶକ୍ତିଶାଳୀ କରାଯିବା, ପୋଲିସ ତଥା ସୁରକ୍ଷା ବଳଙ୍କ ମଧ୍ୟରେ ଅଧିକରୁ ଅଧିକ ଭୟ ସୃଷ୍ଟି କରାଇବା,ଯେଉଁ ଅଞ୍ଚଳରେ ସଂଗଠନ ଦୁର୍ବଳ ଅଛି,ସେଠି ସ୍ଥାନୀୟ ଲୋକଙ୍କୁ କିଭଳି ଅକ୍ତିଆର କରାଯିବ ସେ ନେଇ କ୍ୟାଡରଙ୍କୁ ଅବଗତ କରାଯାଇଛି। ଜୟପୁର ଷ୍ଟେଶନ ମାଷ୍ଟର ପ୍ରମୋଦ କୁମାର ସାହୁ କହିଛନ୍ତି, ସୁରକ୍ଷା ଦୃଷ୍ଟିରୁ ବସ ଚଳାଚଳ ପ୍ରଭାବିତ ହୋଇଛି। ଆସନ୍ତା ୯ ତାରିଖରୁ ସ୍ବାଭାବିକ ହେବ ା


Enter your email to get our daily news in your inbox.

All Right Reserved By Dharitri.Com

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri