୧୪ ରୁଟ୍‌ରେ ୩୫ରୁ ଊର୍ଦ୍ଧ୍ୱ ବସ୍‌ ବନ୍ଦ

ଜୟପୁର,୪ା୧୨(ନି.ପ୍ର)-ମାଓବାଦୀଙ୍କ ପିଏଲଜିଏ ସପ୍ତାହ ପାଳନ ହେଉଥିବାରୁ ଅବିଭକ୍ତ କୋରାପୁଟ ଜିଲାରେ ହାଇଆଲର୍ଟ ଜାରି କରାଯାଇଛି। ଜୟପୁରରୁ ମାଲକାନଗିରି ବସ୍‌ ସେବା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ସୁରକ୍ଷା ଦୃଷ୍ଟିରୁ ଅବିଭକ୍ତ କୋରପୁଟ ଜିଲାରେ ୩୫ରୁ ଅଧିକ ସରକାରୀ ବସ୍‌ ଚଳାଚଳକୁ ବନ୍ଦ କରାଯାଇଛି ା ୧ ତାରିଖଠାରୁ ବସ୍‌ ଚଳାଚଳ ବନ୍ଦ ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ଜୟପୁର ଜୋନର ପାଖାପାଖି ୧୪ଟି ରୁଟରେ ବସ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ା ମାଓବାଦୀମାନେ ଯେପରି କିଛି କାଣ୍ଡ ନ ଘଟାଇ ପାରନ୍ତି ସେଥିଲାଗି ଜିଲା ପୋଲିସ ତରଫରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମାଲକାନଗିରି ଜିଲା ରୁଟ୍‌ରେ ୨୦ଟି ସରକାରୀ ବସ୍‌ ବନ୍ଦ ରଖାଯାଇ ଥିବା ବେଳେ ପାରଳାଖେମୁଣ୍ଡି- ଫୁଲବାଣୀ ରୁଟ୍‌ରେ ୪ଟି ବସ୍‌ ବନ୍ଦ କରାଯାଇଛି। ଆନ୍ଧ୍ରର ଆରକୁ ଗୋଟିଏ ବସ୍‌, ପାବତୀପୁରମ ଗୋଟିଏ, କାଶୀପୁର ଦୁଇଟି, ଭଦ୍ରାଚଳମ ଦୁଇଟି ,ଗୁଣପୁର ଦୁଇଟି ଓ ଭାୟା ରାୟଗଡା ଦେଇ ଯାଉଥିବା ବ୍ରହ୍ମପୁର, ଭଞ୍ଜନଗର ଓ ଭୁବନେଶ୍ୱରକୁ ଯାଉଥିବା ୮ଟି ବସକୁ ବନ୍ଦ କରାଯାଇଛି ା ଜିଲା ପୋଲିସ ତରଫରୁ ସୀମାନ୍ତ ଅଞ୍ଚଳକୁ ସିଲ୍‌ କରିବା ସହ କୋମ୍ବିଂ ଅପରେଶନ୍‌ ଜୋରଦାର କରାଯାଇଛି । ଏହାକୁ ନେଇ ଲୋକେ ଆତଙ୍କିତ ହୋଇପଡିଥିବାରୁ ଜିଲା ପୋଲିସ ତରଫରୁ ଭୟଭୀତ ହେବାର କିଛି ଆଶଙ୍କା ନାହିଁ ବୋଲି କୁହାଯାଇଛି। ଅନ୍ୟପଟେ ପିଏଲଜିଏ ସପ୍ତାହକୁ ସଫଳ କରିବା ଲାଗି ମାଓବାଦୀମାନେ କୋରାପୁଟ, ମାଲକାନଗିରି, ରାୟଗଡା ଜିଲାର ସୀମାନ୍ତ ଅଞ୍ଚଳରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ଆହ୍ବାନ ଦେଇଛନ୍ତି। ଏହି ସପ୍ତାହ ପାଳନ ସମୟରେ ମାଓବାଦୀ ସଂଗଠନର କେନ୍ଦ୍ରୀୟ କମିଟିର ନେତାମାନେ ଅଞ୍ଚଳ ଗସ୍ତ କରି ସଂଗଠନକୁ ଅଧିକ ଶକ୍ତିଶାଳୀ କରାଯିବା, ପୋଲିସ ତଥା ସୁରକ୍ଷା ବଳଙ୍କ ମଧ୍ୟରେ ଅଧିକରୁ ଅଧିକ ଭୟ ସୃଷ୍ଟି କରାଇବା,ଯେଉଁ ଅଞ୍ଚଳରେ ସଂଗଠନ ଦୁର୍ବଳ ଅଛି,ସେଠି ସ୍ଥାନୀୟ ଲୋକଙ୍କୁ କିଭଳି ଅକ୍ତିଆର କରାଯିବ ସେ ନେଇ କ୍ୟାଡରଙ୍କୁ ଅବଗତ କରାଯାଇଛି। ଜୟପୁର ଷ୍ଟେଶନ ମାଷ୍ଟର ପ୍ରମୋଦ କୁମାର ସାହୁ କହିଛନ୍ତି, ସୁରକ୍ଷା ଦୃଷ୍ଟିରୁ ବସ ଚଳାଚଳ ପ୍ରଭାବିତ ହୋଇଛି। ଆସନ୍ତା ୯ ତାରିଖରୁ ସ୍ବାଭାବିକ ହେବ ା


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri