Posted inରାଜ୍ୟ

୧୫ରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ଅନୁକୂଳ ପରିବେଶ ମଧ୍ୟ ସୃଷ୍ଟି ହୋଇ ନାହିଁ। ରାଜ୍ୟକୁ ମୌସୁମୀ କେବେ ଆସିବ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଜୁନ ୬ ରେ କେରଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୧୫ରୁ ୧୭ ତାରିଖ ମଧ୍ୟରେ ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବ ବୋଲି ଅନୁମାନ କରାଯାଇଛି। ଅନ୍ୟପକ୍ଷରେ ମୌସୁମୀ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ପହଞ୍ଚି ସାରିଛି। ଚଳିତ ବର୍ଷ ମୌସୁମୀ ଆସିବାରେ ବ୍ୟତିକ୍ରମ ଲକ୍ଷ୍ୟ କରାଯାଉଛି। ଆସାମ ଆଡକୁ ମୌସୁମୀ ଅଗ୍ରଗତିର ଅଧିକ ସମ୍ଭାବନା ଥିବାରୁ ଏଥର ଉତ୍ତର ଓଡ଼ିଶା ପଟୁ ରାଜ୍ୟକୁ ପ୍ରଥମେ ଏହା ପ୍ରବେଶ କରିବ। ଫଳରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକରେ ପ୍ରଥମ ବର୍ଷା ହେବ।
ଏହା ପରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଓ ଗଜପତି ଜିଲାକୁ ଆଚ୍ଛାଦିତ କରିବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସାଧାରଣତଃ ଦକ୍ଷିଣ ଓଡିଶା ଦେଇ ମୌସୁମୀ ପ୍ରବେଶ କରିଥାଏ।
ମୌସୁମୀ ବିଳମ୍ବ ସହିତ ଚଳିତ ବର୍ଷ ସ୍ବାଭାବିକଠାରୁ ସାମାନ୍ୟ କମ୍‌ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଆକଳନ କରିଛି। ଏଲ୍‌ ନିନ୍ୟୋ ଦୁର୍ବଳ ରହିଥିଲେ ମଧ୍ୟ ଏହାର ପ୍ରଭାବ ମୌସୁମୀ ଉପରେ ପଡ଼ିବା ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ଏଥିଯୋଗୁ ଓଡ଼ିଶା ସମେତ ସମଗ୍ର ଦେଶରେ ବର୍ଷା ପରିମାଣ କମିବା ସମ୍ଭାବନା ରହିଛି। ୨୦୧୮ରେ ମୌସୁମୀ ସଅଳ ଅର୍ଥାତ୍‌ ଜୁନ ୮ ତାରିଖରେ ରାଜ୍ୟକୁ ପ୍ରବେଶ କରିଥିଲା। ରାଜ୍ୟର ୬୦ ପ୍ରତିଶତ ଅଂଶକୁ ଛୁଇଁବା ପରେ ଉଭାନ ହୋଇ ଯାଇଥିଲା। ଜୁନ ୨୧ ତାରିଖ ଯାଏ ଏହା ଦୁର୍ବଳ ରହିଥିଲା। ଧାନ ଚାଷ ଉପରେ ଏହାର ପ୍ରଭାବ ପଡିଥିଲା। ଜୁନ ୧୪ ତାରିଖ ପୂର୍ବରୁ ମୌସୁମୀର କୌଣସି ସମ୍ଭାବନା ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ତଥା ଓୟୁଏଟିର ପୂର୍ବତନ କୁଳପତି ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି। ସେ କହିଛନ୍ତି ଯେ, ଦକ୍ଷିଣ ଗୋଲାର୍ଦ୍ଧରୁ ବିଶୁବ ରେଖା ଆଡକୁ ପବନ ଓ ମେଘ ପ୍ରବେଶ କରି ପାରୁ ନାହିଁ । ଫଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ପାଇଁ ଏ ପର୍ଯ୍ୟନ୍ତ ଅନୁକୂଳ ବାତାବରଣ ସୃଷ୍ଟି ହୋଇ ନାହିଁ। ଆସନ୍ତା ୧୪ ତାରିଖ ଯାଏ ପାଗ ଶୁଖିଲା ରହିବ। ଏହି ସମୟ ମଧ୍ୟରେ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ହେବାର ସମ୍ଭାବନା ମଧ୍ୟ ନାହିଁ । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଉପକୂଳରେ ପାଗ ଅପରିବର୍ତ୍ତିତ ରହିବ। ମାତ୍ର ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ତାରିଖଠାରୁ ପାରଦ ଉପରମୁହଁା ହେବ। କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଟପିଯିବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି। ଗତ କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଲାଗି ରହିଛି। ଶୁକ୍ରବାର ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଟିଟିଲାଗଡ଼ରେ ସର୍ବାଧିକ ୪୩.୬ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ଝାରସୁଗୁଡା ୪୩.୨, ସମ୍ବଲପୁର ୪୨.୬, ସୁନ୍ଦରଗଡ଼ ୪୨, ହୀରାକୁଦ ୪୨.୧, ଭବାନୀପାଟଣା ୪୨, ବଲାଙ୍ଗୀର ୪୩.୫, ମାଲକାନଗିରି ୩୯.୮ ଏବଂ ସୋନପୁରରେ ସର୍ବୋଚ୍ଚ ତାପମାତ୍ରା ୪୨.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲାର କେତେକ ସ୍ଥାନରେ କାଳବୈଶାଖୀଜନିତ ଝଡ଼ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲାଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ ନୂଆପଡ଼ା ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri