Posted inରାଜ୍ୟ

୧୫ରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ଅନୁକୂଳ ପରିବେଶ ମଧ୍ୟ ସୃଷ୍ଟି ହୋଇ ନାହିଁ। ରାଜ୍ୟକୁ ମୌସୁମୀ କେବେ ଆସିବ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଜୁନ ୬ ରେ କେରଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୧୫ରୁ ୧୭ ତାରିଖ ମଧ୍ୟରେ ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବ ବୋଲି ଅନୁମାନ କରାଯାଇଛି। ଅନ୍ୟପକ୍ଷରେ ମୌସୁମୀ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ପହଞ୍ଚି ସାରିଛି। ଚଳିତ ବର୍ଷ ମୌସୁମୀ ଆସିବାରେ ବ୍ୟତିକ୍ରମ ଲକ୍ଷ୍ୟ କରାଯାଉଛି। ଆସାମ ଆଡକୁ ମୌସୁମୀ ଅଗ୍ରଗତିର ଅଧିକ ସମ୍ଭାବନା ଥିବାରୁ ଏଥର ଉତ୍ତର ଓଡ଼ିଶା ପଟୁ ରାଜ୍ୟକୁ ପ୍ରଥମେ ଏହା ପ୍ରବେଶ କରିବ। ଫଳରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକରେ ପ୍ରଥମ ବର୍ଷା ହେବ।
ଏହା ପରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଓ ଗଜପତି ଜିଲାକୁ ଆଚ୍ଛାଦିତ କରିବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସାଧାରଣତଃ ଦକ୍ଷିଣ ଓଡିଶା ଦେଇ ମୌସୁମୀ ପ୍ରବେଶ କରିଥାଏ।
ମୌସୁମୀ ବିଳମ୍ବ ସହିତ ଚଳିତ ବର୍ଷ ସ୍ବାଭାବିକଠାରୁ ସାମାନ୍ୟ କମ୍‌ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଆକଳନ କରିଛି। ଏଲ୍‌ ନିନ୍ୟୋ ଦୁର୍ବଳ ରହିଥିଲେ ମଧ୍ୟ ଏହାର ପ୍ରଭାବ ମୌସୁମୀ ଉପରେ ପଡ଼ିବା ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ଏଥିଯୋଗୁ ଓଡ଼ିଶା ସମେତ ସମଗ୍ର ଦେଶରେ ବର୍ଷା ପରିମାଣ କମିବା ସମ୍ଭାବନା ରହିଛି। ୨୦୧୮ରେ ମୌସୁମୀ ସଅଳ ଅର୍ଥାତ୍‌ ଜୁନ ୮ ତାରିଖରେ ରାଜ୍ୟକୁ ପ୍ରବେଶ କରିଥିଲା। ରାଜ୍ୟର ୬୦ ପ୍ରତିଶତ ଅଂଶକୁ ଛୁଇଁବା ପରେ ଉଭାନ ହୋଇ ଯାଇଥିଲା। ଜୁନ ୨୧ ତାରିଖ ଯାଏ ଏହା ଦୁର୍ବଳ ରହିଥିଲା। ଧାନ ଚାଷ ଉପରେ ଏହାର ପ୍ରଭାବ ପଡିଥିଲା। ଜୁନ ୧୪ ତାରିଖ ପୂର୍ବରୁ ମୌସୁମୀର କୌଣସି ସମ୍ଭାବନା ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ତଥା ଓୟୁଏଟିର ପୂର୍ବତନ କୁଳପତି ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି। ସେ କହିଛନ୍ତି ଯେ, ଦକ୍ଷିଣ ଗୋଲାର୍ଦ୍ଧରୁ ବିଶୁବ ରେଖା ଆଡକୁ ପବନ ଓ ମେଘ ପ୍ରବେଶ କରି ପାରୁ ନାହିଁ । ଫଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ପାଇଁ ଏ ପର୍ଯ୍ୟନ୍ତ ଅନୁକୂଳ ବାତାବରଣ ସୃଷ୍ଟି ହୋଇ ନାହିଁ। ଆସନ୍ତା ୧୪ ତାରିଖ ଯାଏ ପାଗ ଶୁଖିଲା ରହିବ। ଏହି ସମୟ ମଧ୍ୟରେ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ହେବାର ସମ୍ଭାବନା ମଧ୍ୟ ନାହିଁ । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଉପକୂଳରେ ପାଗ ଅପରିବର୍ତ୍ତିତ ରହିବ। ମାତ୍ର ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ତାରିଖଠାରୁ ପାରଦ ଉପରମୁହଁା ହେବ। କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଟପିଯିବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି। ଗତ କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଲାଗି ରହିଛି। ଶୁକ୍ରବାର ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଟିଟିଲାଗଡ଼ରେ ସର୍ବାଧିକ ୪୩.୬ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ଝାରସୁଗୁଡା ୪୩.୨, ସମ୍ବଲପୁର ୪୨.୬, ସୁନ୍ଦରଗଡ଼ ୪୨, ହୀରାକୁଦ ୪୨.୧, ଭବାନୀପାଟଣା ୪୨, ବଲାଙ୍ଗୀର ୪୩.୫, ମାଲକାନଗିରି ୩୯.୮ ଏବଂ ସୋନପୁରରେ ସର୍ବୋଚ୍ଚ ତାପମାତ୍ରା ୪୨.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲାର କେତେକ ସ୍ଥାନରେ କାଳବୈଶାଖୀଜନିତ ଝଡ଼ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲାଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ ନୂଆପଡ଼ା ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri