୧୫ରେ ରୁଚି ଓଡ଼ିଆ ଫିଲ୍ମ ଫେୟାର୍‌ ଆୱାର୍ଡସ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ହ୍ବାଇଟ୍‌ କାନ୍‌ଭାସ୍‌ ଏବଂ ଓଫା ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ରୁଚି ମସଲା ସହଯୋଗରେ ଆସନ୍ତା ୧୫ ତାରିଖରେ ଜନତା ମଇଦାନରେ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ ‘ରୁଚି ୧୦ମ ଓଡ଼ିଆ ଫିଲ୍ମ ଫେୟାର୍‌ ଆୱାର୍ଡସ୍‌’ ଆୟୋଜନ ହେବ। ଏହି ଅବସରରେ ଚଳିତବର୍ଷ ଲାଗି ବରିଷ୍ଠ ଅଭିନେତା ଅଜିତ ଦାଶଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯିବ। ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଓଫାର ଉପଦେଷ୍ଟା ବାପୁ ଲେଙ୍କା ଏ ନେଇ ସୂଚନା ଦେଇଛନ୍ତି। ଚଳିତବର୍ଷ ୨୬ଟି ଭିନ୍ନ ଭିନ୍ନ ବିଭାଗରେ ସମ୍ବର୍ଦ୍ଧନା ପ୍ରଦାନ କରାଯିବ। ଓଫାର ମିଡିଆ ସଂଯୋଜକ ସ୍ବର୍ଗତ ରବି ସ୍ବାଇଁଙ୍କ ସ୍ମୃତିରେ ରବି ସ୍ବାଇଁ ସ୍ମାରକୀ ଶ୍ରେଷ୍ଠ ସାମ୍ବାଦିକ ପୁରସ୍କାର ପ୍ରଦାନ କରାଯିବ। ଏଥର ଉତ୍ସବରେ ବଲିଉଡ୍‌ର ଚୁଲବୁଲି ଅଭିନେତ୍ରୀ କାଜଲ ଅଗ୍ରୱାଲ୍‌ ଏବଂ ଜୁନିୟର୍‌ ଅମିତାଭ ବଚ୍ଚନ ଯୋଗଦେବେ ବୋଲି ରୁଚି ପରିଚାଳନା ନିର୍ଦ୍ଦେଶକ ଡ. ଶରତ କୁମାର ସାହୁ କହିଛନ୍ତି। ଏହାବ୍ୟତୀତ ପ୍ରଥମଥର ପାଇଁ ରୁଚି ପକ୍ଷରୁ ଫିଲ୍ମ ଫେୟାର୍‌ ମଞ୍ଚରେ ଦର୍ଶକମାନଙ୍କ ପାଇଁ ସିଧାସଳଖ ଅର୍ଥରାଶି ପୁରସ୍କାର ବ୍ୟବସ୍ଥା କରାଯାଇଛି। ଏହି ଅବସରରେ କର୍କଟ ପୀଡିତ ଶିଶୁଙ୍କ ସହ ‘ମାଲ୍‌ ମହୁ ଜୀବନ ମାଟି’ ଫିଲ୍ମରେ ଅଂଶଗ୍ରହଣ କରିଥିବା ସୁପର୍‌ ୩୦ ଟିମ୍‌ର ଦିବ୍ୟାଙ୍ଗମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଚଳିତବର୍ଷ ଓଲିଉଡ୍‌ର କଳାକାରମାନଙ୍କ ସହ ହାସ୍ୟ କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ ବୋଲି ଖବରଦାତା ସମ୍ମିଳନୀରେ ଉପସ୍ଥିତ ରୁଚିର ନିର୍ଦ୍ଦେଶକ ଅରବିନ୍ଦ ସାହୁ, ଓଫାର ନିର୍ଦ୍ଦେଶକ ସୌମ୍ୟଜିତ ପରିଡ଼ା, ଅମୃତ ରଞ୍ଜନ ଦାଶ, ଜ୍ଞାନରଞ୍ଜନ ରାୟ, ଉପଦେଷ୍ଟା ପ୍ରଶାନ୍ତ ମହାନ୍ତି, ଅଜୟ ନାୟକ, ଉତ୍କଳକେଶରୀ ସିଂହ ପ୍ରମୁଖ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Read more

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri