୧୫୪ କୋଟି ପିଲାଙ୍କ ପାଠପଢ଼ା ପ୍ରଭାବିତ

ଜାତିସଂଘ,୨୩ା୪: କୋଭିଡ୍‌-୧୯ ସଂକ୍ରମଣ ଯୋଗୁ ବିଶ୍ୱବ୍ୟାପୀ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବାରୁ ୧୫୪ କୋଟିରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ ହୋଇଛି। ଏପରି ହେଲେ ଆଗାମୀ ଦିନରେ ଅନେକ ଛାତ୍ରୀ ପାଠପଢ଼ାରେ ଡୋରି ବାନ୍ଧିପାରନ୍ତି। ଏହା ଶିକ୍ଷା କ୍ଷେତ୍ରରେ ଲିଙ୍ଗଗତ ଅସମାନତା ବୃଦ୍ଧି କରିବ ବୋଲି ୟୁନେସ୍କୋ ପକ୍ଷରୁ କୁହାଯାଇଛି। ଶିକ୍ଷାନୁଷ୍ଠାନ ବନ୍ଦ ଯୋଗୁ ଛାତ୍ରୀଙ୍କ ଡ୍ରପ୍‌ଆଉଟ ହାର ବଢ଼ିବ। ଏପରି ହେଲେ କିଶୋରୀ ଯୌନ ଶୋଷଣ, ସଅଳ ଗର୍ଭଧାରଣ ଏବଂ ବାଧ୍ୟବାଧକତାରେ ବିବାହ ବୃଦ୍ଧି ପାଇବ ବୋଲି ୟୁନେସ୍କୋ ଶିକ୍ଷା ବିଭାଗର ସହକାରୀ ମହାନିର୍ଦ୍ଦେଶକ ଷ୍ଟିଫାନିଆ ଗିଆନିନି କହିଛନ୍ତି। ସ୍କୁଲ୍‌, କଲେଜ ବନ୍ଦ ଯୋଗୁ ୮୯ ପ୍ରତିଶତ ପିଲା ଘରେ ବସିଛନ୍ତି। ସେମାନଙ୍କ ମଧ୍ୟରୁ ପାଖାପାଖି ୭୪ କୋଟି ଛାତ୍ରୀ। ସେମାନଙ୍କ ମଧ୍ୟରୁ ୧୧ କୋଟି ଛାତ୍ରୀ ଗରିବ ଦେଶର, ଯେଉଁଠି ଶିକ୍ଷାଗ୍ରହଣ କରିବା ସେମାନଙ୍କ ପାଇଁ ଏକ ସଂଘର୍ଷ। ଶରଣାର୍ଥୀ ଶିବିରରେ ରହୁଥିବା ବା ବିସ୍ଥାପିତ ହୋଇଥିବା ଛାତ୍ରୀଙ୍କ କ୍ଷେତ୍ରରେ ସ୍କୁଲ ବନ୍ଦ ବଡ଼ ବିପର୍ଯ୍ୟୟ ହେବାକୁ ଯାଉଛି। ଲକ୍‌ଡାଉନ ଯୋଗୁ ଗରିବ ପରିବାର ଗୁରୁତର ଆର୍ଥତ୍କ ସଙ୍କଟର ସମ୍ମୁଖୀନ ହେବେ। ଫଳରେ ସେମାନେ ଝିଅମାନଙ୍କୁ ପାଠ ପଢ଼ାଇବାକୁ ସକ୍ଷମ ହେବେନାହିଁ ବୋଲି ଗିଆନିନି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri