୧୫ ଗ୍ରାମ୍‌ ବ୍ରାଉନସୁଗାର ଜବତ : ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଖୋର୍ଦ୍ଧା ଅଫିସ,୧୭।୭: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଭାଲିଆବାଡିରେ ଅବକାରୀ ସ୍କ୍ବାଡ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇ ୧୫ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏଥିରେ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ନିରାକାରପୁର ଷ୍ଟେଶନବଜାରର ଅବିନାଶ ସାମନ୍ତରାୟ(୨୪)। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖୋର୍ଦ୍ଧା ଜେଲ ପଠାଇ ଦିଆଯାଇଛି । ତେବେ ଜବତ ବ୍ରାଉନସୁଗାରର ମୂଲ୍ୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।