୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି

ଭୁବନେଶ୍ୱର,୫-୨(ବ୍ୟୁରୋ):ସହରାଞ୍ଚଳରେ ପ୍ଲାନ ବାହାରେ କୋଠାବାଡି ନିର୍ମାଣ କରିଥିବା କିମ୍ବା ଅନୁମୋଦନ ନ ନେଇ ଘର ତିଆରି କରିଥିବା ମାଲିକମାନେ ଆଶ୍ୱସ୍ତ ହୋଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର ସର୍ବକ୍ଷମା ଯୋଜନା(ଆମନେଷ୍ଟି ସ୍କିମ)ର ଅବଧିକୁ ଆଉ ୧୫ ଦିନ ବୃଦ୍ଧି କରିଛନ୍ତି। ଅର୍ଥାତ୍‌ ଘରମାଲିକମାନେ ନିଜର ବେଆଇନ ନିର୍ମାଣକୁ ଫେବୃୟାରୀ ୨୦ ମଧ୍ୟରେ ଜରିମାନା ଦେଇ ନିୟମିତ(ରେଗୁଲାରାଇଜ) କରିପାରିବେ। ଏହାର ଅବଧି ଫେବୃୟାରୀ ୫ରେ ଶେଷ ହେଉଥିଲା। ସହରାଞ୍ଚଳରେ ଏହି ଯୋଜନାକୁ ନେଇ ଲୋକମାନଙ୍କର ଆଗ୍ରହ ବଢୁଥିବା ବେଳେ ଏହାର ଅବଧି ବଢାଇବା ପାଇଁ ଦାବି ହେଉଥିଲା।
ସର୍ବକ୍ଷମା ଯୋଜନା ରାଜ୍ୟର ୯ ଉନ୍ନୟନ କର୍ତ୍ତୃପକ୍ଷ(ଡେଭେଲପମେଣ୍ଟ ଅଥରିଟି)ରେ କାର୍ଯ୍ୟକାରୀ ହେଉଛି। ସେଗୁଡିକ ହେଲା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ), କଟକ ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ), ରାଉରକେଲା ଉନ୍ନୟନ କର୍ତ୍ତୃପକ୍ଷ(ଆରଡିଏ), ତାଳଚେର-ଅନୁଗୋଳ-ମେରାମୁଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ, ପୁରୀ- କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ(ପିକେଡିଏ), ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ, ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ, କଳିଙ୍ଗ ନଗର ଉନ୍ନୟନ କର୍ତ୍ତୃପକ୍ଷ ଏବଂ ପାରାଦୀପ ଉନ୍ନୟନ କର୍ତ୍ତୃପକ୍ଷ। ଏହି ଯୋଜନା ପ୍ରତି ଲୋକମାନଙ୍କର ଆଗ୍ରହ ବୃଦ୍ଧିପାଇଛି। ଶେଷ ମୁହୂର୍ତ୍ତରେ ବହୁସଂଖ୍ୟାରେ ଆବେଦନ ଆସୁଥିବାରୁ ଏହାର ଅବଧି ବୃଦ୍ଧି କରାଯାଇଛି ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ଏହା ପରେ ଆଉ ଅବଧି ବୃଦ୍ଧି କରାଯିବ ନାହିଁ ବୋଲି ସେ କହିଛନ୍ତି। ଅବଧି ଶେଷ ହେବା ପରେ ପ୍ରଥମେ ବ୍ୟବସାୟିକ ପ୍ରତିଷ୍ଠାନଗୁଡିକୁ ଭଙ୍ଗାଯିବ। ସେଥିପାଇଁ ବିଡିଏ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍‌କୁ ସର୍ଭେ କାର୍ଯ୍ୟରେ ନିୟୋଜିତ କରାଯିବ ବୋଲି ପ୍ଲାନିଂ ମେମ୍ବର ଗୌରୀ ଶଙ୍କର ଭୂୟାଁ କହିଛନ୍ତି।
ରାଜ୍ୟ ସରକାର ୨୦୧୮ ଜୁନ ୨୦ରେ ସର୍ବକ୍ଷମା ଯୋଜନା ଆରମ୍ଭ କରିଥିଲେ। ଏହି ଯୋଜନାରେ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ୱାରା କାର୍ଯ୍ୟକାରୀ କରାଯାଇଥିବା ପ୍ଲାନିଂ ଆଣ୍ଡ ବିଲ୍ଡିଂ ଷ୍ଟାଣ୍ଡାର୍ଡସ ରେଗୁଲେଶନରେ ଥିବା ନିୟମାବଳୀ ଆଧାରରେ ନିୟମ ଉଲ୍ଲଂଘନକାରୀଙ୍କୁ ଏହି ସୁବିଧା ଯୋଗାଇ ଦିଆଯାଉଛି। ପ୍ରଥମେ ଏହାକୁ ୬ ମାସ ପାଇଁ କାର୍ଯ୍ୟକାରୀ କରିବାକୁ ଘୋଷଣା କରାଯାଇଥିଲା। ଏହା ପରେ ପୁଣି ୬ ମାସ ବୃଦ୍ଧି କରାଯାଇଥିଲା। ଜରିମାନା ରାଶି ଅଧିକ ହେବାରୁ ତାହା ଜନସାଧାରଣଙ୍କୁ ଆକୃଷ୍ଟ କରିପାରିଲା ନାହିଁ। ଫଳରେ ବାଧ୍ୟ ହୋଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଜରିମାନା ରାଶିକୁ ପ୍ରତି ବର୍ଗମିଟର ୨୫୦ ଏବଂ ୫୦୦ ଟଙ୍କାକୁ ହ୍ରାସ କରିଥିଲା। ଜରିମାନା ହ୍ରାସ କରିବା ପରେ ଏହାର ଅବଧିକୁ ଆଉ ୬ ମାସ ପାଇଁ ବଢ଼ାଯାଇଥିଲା। ଫଳରେ ଏହି ଯୋଜନା ପ୍ରତି ଲୋକଙ୍କ ଆଗ୍ରହ ବଢ଼ିଥିଲା। ତେବେ ୧୫ ଦିନିଆ ବୃଦ୍ଧିକୁ ଘରମାଲିକମାନେ ନାପସନ୍ଦ କରିଛନ୍ତି। ଏହାଦ୍ୱାରା ଆର୍କିଟେକ୍ଟମାନେ ମାଲାମାଲ ହେବେ। ଡେଭିଏସନ ରେଗୁଲାରାଇଜ କରିବା ପାଇଁ ଆବଶ୍ୟକ ହେଉଥିବା ନକ୍ସା ତିଆରି କରିବା ସକାଶେ ଆର୍କିଟେକ୍ଟମାନେ ମନଇଚ୍ଛା ଫି ଦାବି କରୁଥିବା ଅଭିଯୋଗ ହେଉଛି। ତେବେ ଏହାର ଅବଧିକୁ ୧୫ ଦିନ ବଦଳରେ ୬ ମାସକୁ ବୃଦ୍ଧି କରାଯାଉ ବୋଲି ବିଭିନ୍ନ ମହଲରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri