୧୫ ଦିନ ମଧ୍ୟରେ ଆର୍‌ଟିଓ ଅଫିସକୁ ଦଲାଲମୁକ୍ତ କର; ଲୋକଙ୍କ ସୁବିଧା ପାଇଁ ଅଧିକ କାଉଣ୍ଟର ଖୋଲ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଆର୍‌ଟିଓ କାର୍ଯ୍ୟାଳୟରେ ଭିଡ ଲାଗୁଛି। ଏହାର ଫାଇଦା ଉଠାଉଛନ୍ତି ଦଲାଲ। ବିଭିନ୍ନ କାର୍ଯ୍ୟ କରାଇଦେବା ନାମରେ ଦଲାଲମାନେ ସାଧାରଣଲୋକଙ୍କଠାରୁ ମୋଟା ଅଙ୍କର ଟଙ୍କା ନେଉଛନ୍ତି। ତେବେ ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ବିଭିନ୍ନ ଜିଲାର ଜିଲାପାଳ, ଏସ୍‌ପି ଏବଂ ଆର୍‌ଟିଓମାନଙ୍କ ସହ ଆଲୋଚନା କରିଛନ୍ତି। ୧୫ ଦିନ ମଧ୍ୟରେ ଆର୍‌ଟିଓ ଅଫିସଗୁଡ଼ିକୁ ସମ୍ପୂର୍ଣ୍ଣ ଦଲାଲମୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଛୁଟିଦିନଗୁଡ଼ିକରେ ଆର୍‌ଟିଓ ଏବଂ ଅନ୍ୟ କର୍ମଚାରୀମାନେ ଲୋକଙ୍କୁ ସେବା ଯୋଗାଇ ଦେଉଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସଡକ ସୁରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ। ସଡ଼କ ଦୁର୍ଘଟଣାରେ ହେଉଥିବା ଜନଜୀବନ ହାନି ରାଜ୍ୟର ସାମାଜିକ, ଅର୍ଥନୈତିକ ବିକାଶକୁ ପ୍ରଭାବିତ କରୁଛି। ବିଶେଷକରି ଯୁବକମାନଙ୍କର ମୃତ୍ୟୁ ଘଟିବା ଉଦ୍‌ବେଗର ବିଷୟ। ଏଣୁ ସଡ଼କ ସୁରକ୍ଷା ତଥା ଟ୍ରାଫିକ୍‌ ଆଇନ ସମ୍ପର୍କରେ ଜନସଚେତନତା ହିଁ ଦୁର୍ଘଟଣାକୁ ରୋକି ପାରିବ। ଏଣୁ ସ୍କୁଲ, କଲେଜଠାରୁ ଆରମ୍ଭ କରି ରାସ୍ତାମାନଙ୍କରେ ଲୋକଙ୍କୁ ସଚେତନ କରିବାର ଆବଶ୍ୟକତା ଉପରେ ମୁଖ୍ୟମନ୍ତ୍ରୀ ଜୋର ଦେଇଛନ୍ତି।

ସେହିଭଳି ଗାଡ଼ିର କାଗଜପତ୍ର, ଡ୍ରାଇଭିଂ ଲାଇସେନ୍ସ ଆଦି ଯେପରି ଲୋକମାନେ ସୁବିଧାରେ ପାଇପାରିବେ, ତାହାକୁ ଦୃଷ୍ଟିରେ ରଖି ଆର୍‌ଟିଓ ଅଫିସ ଗୁଡ଼ିକରେ ଅଧିକ କାଉଣ୍ଟର ଖୋଲାଯିବା ସହ ଗ୍ରାମାଞ୍ଚଳରେ ଶିବିରମାନ ଆୟୋଜନ କରାଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର୍‌. ବାଲକ୍ରିଷ୍ଣନ୍‌, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?