୧୫ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ସେବା ଠପ୍‌

ତାଳଚେର,୨୦ା୫(ନି.ପ୍ର.)- ତାଳଚେର ବ୍ଲକ କଳମଛୁଇଁ ପଞ୍ଚାୟତରେ ବିଏସ୍‌ଏନ୍‌ଏଲ୍‌ ସେବା ୧୫ ଦିନ ହେଲା ଠପ୍‌ ହୋଇଯାଇଛି। ଜିଓ କମ୍ପାନୀ ନିଜ ନେଟୱର୍କ ସୁଦୃଢ କରିବା ପାଇଁ ୪ଜି କେବୁଲ ନିଜ ଟାୱାରଗୁଡିକ ସହ ସଂଯୋଗ କରୁଛି। ରାସ୍ତା କଡରେ ଗାତ ଖୋଳି ମେଶିନ୍‌ ସାହାଯ୍ୟରେ ବୋରିଂ କରି କେବୁଲ ବିଛାଇବା କାମ କରୁଛି। ଫଳରେ ପୂର୍ବରୁ ବିଏସ୍‌ଏନ୍‌ଏଲ୍‌ ପକ୍ଷରୁ ବିଛାଯାଇଥିବା କେବୁଲ ନଷ୍ଟ ହୋଇଯାଇଛି ବୋଲି ଉପଭୋକ୍ତାମାନେ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ସୁଦ୍ଧା କଳମଛୁଇଁ ଗ୍ରାମର ପ୍ରାୟ ଦୁଇ କିଲୋମିଟରରୁ ଅଧିକ ଲମ୍ବର ବିଏସ୍‌ଏନ୍‌ଏଲ୍‌ କେବୁଲ ନଷ୍ଟ ହୋଇଯାଇଥିବା ଜଣାପଡିଛି। ଏହାଦ୍ୱାରା ପଚାଶରୁ ଊର୍ଦ୍ଧ୍ୱ ଗ୍ରାହକଙ୍କ ଟେଲିଫୋନ ଲାଇନ ବିଛିନ୍ନ ହୋଇଥିବା ବେଳେ ଇଣ୍ଟରନେଟ ସେବା ବାଧାପ୍ରାପ୍ତ ହୋଇଛି। କଳମଛୁଇଁ ପଞ୍ଚାୟତ ଅନ୍ତର୍ଗତ ଦୁଇଟି ବ୍ୟାଙ୍କ ସହ ଥାନା, କଲେଜ, ହାଇସ୍କୁଲ ତଥା ବିଭିନ୍ନ ବ୍ୟବସାୟିକ ଅନୁଷ୍ଠାନଗୁଡିକ ଇଣ୍ଟରନେଟ୍‌ ସେବା ପାଇବାରୁ ବଞ୍ଚିତ ହୋଇଛନ୍ତି। ବ୍ୟାଙ୍କ ଗୁଡିକର ଲିଙ୍କ ନ ଥିବାରୁ ଗ୍ରାହକମାନେ ଆର୍ଥିକ ଦେଣନେଣ କରି ନ ପାରି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଓ କମ୍ପାନୀର ଏଭଳି ମନମୁଖୀ କାର୍ଯ୍ୟ ବିରୋଧରେ ବହୁ ଉପଭୋକ୍ତା ଅସନ୍ତୁଷ୍ଟ ହୋଇ ସ୍ଥାନୀୟ ବିଏସ୍‌ଏନ୍‌ଏଲ୍‌ ଅଫିସରେ ଅଭିଯୋଗ କଲେ ମଧ୍ୟ ସୁଫଳ ମିଳୁ ନାହିଁ। ବିଏସ୍‌ଏନ୍‌ଏଲ୍‌ ପକ୍ଷରୁ ଜିଓ ବିରୋଧରେ ସ୍ଥାନୀୟ ଫାଣ୍ଡିରେ ଲିଖିତ ଅଭିଯୋଗ ହୋଇଥିଲେ ମଧ୍ୟ ଅଦ୍ୟାବଧି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ତୁରନ୍ତ କେବୁଲ ସଂଯୋଗ କରି ବିଏସ୍‌ଏନ୍‌ଏଲ୍‌ ସେବା ଯୋଗାଇ ଦେବାକୁ ଉପଭୋକ୍ତାମାନଙ୍କ ପକ୍ଷରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri