୧୫ ପରୀକ୍ଷା କେନ୍ଦ୍ରରେ ୧୪୪ ଧାରା ଜାରି

ଢେଙ୍କାନାଳ ଅଫିସ/କାମାକ୍ଷାନଗର,୨୪ା୨: ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ବିରିବୋଲେଇ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ସମେତ ଜିଲାର ମୋଟ୍‌ ୧୫ଟି ପରୀକ୍ଷା କେନ୍ଦ୍ରରେ ସୋମବାରଠାରୁ ମାଟ୍ରିକ ପରୀକ୍ଷା ଶେଷହେବା ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି। କପି ରୋକିବା ପାଇଁ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତାବ କ୍ରମେ କାମାକ୍ଷାନଗର, ଢେଙ୍କାନାଳ ଓ ହିନ୍ଦୋଳ ଉପଜିଲାପାଳଙ୍କ ପକ୍ଷରୁ ଏହି ଧାରା ଜାରି କରାଯାଇଛି। ଫଳରେ ପରୀକ୍ଷା କେନ୍ଦ୍ରଗୁଡିକରେ ନାଲି ପତାକା ଲଗାଯିବା ସହିତ ପୋଲିସ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ଏହି ପରୀକ୍ଷା କେନ୍ଦ୍ରଗୁଡିକ ହେଲା ହିନ୍ଦୋଳ ବ୍ଲକର ଦୁଦୁରକୋଟ ଓ ରାସୋଳ, ଢେଙ୍କାନାଳ ଉପଖଣ୍ଡର ରାଧାଦେଇପୁର ଓ ନୂଆଗଡ ବୋଲି ହିନ୍ଦୋଳ ଉପଜିଲାପାଳ ଉଦୟନାଥ ମହାପାତ୍ର ଓ ଢେଙ୍କାନାଳ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ଜଣାଇଛନ୍ତି। ସେହିପରି କାମାକ୍ଷାନଗର ଉପଖଣ୍ଡର ୧୧ଟି ପରୀକ୍ଷା କେନ୍ଦ୍ରରେ ୧୪୪ ଧାରା ଜାରି କରାଯାଇଛି ବୋଲି ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ ସୂଚନା ଦେଇଛନ୍ତି। କାମାକ୍ଷାନଗର ଉପଖଣ୍ଡର ଏହି କେନ୍ଦ୍ରଗୁଡିକ ହେଲା ସିଦ୍ଧେଶ୍ୱରୀ ବିଦ୍ୟାପୀଠ, କୁସୁମଯୋଡି ହାଇସ୍କୁଲ, ନିଗମାନନ୍ଦ ହାଇସ୍କୁଲ, ମୂଷା ମଲିକ ହାଇସ୍କୁଲ, ଜନପ୍ରଭା ହାଇସ୍କୁଲ, ମଠକରଗୋଳା ହାଇସ୍କୁଲ, ନୂଆ ଭୁବନ ହାଇସ୍କୁଲ, କଙ୍କଡାହାସୋଡା ହାଇସ୍କୁଲ, ରୋଡ ହାଇସ୍କୁଲ ଓ ରଘୁନାଥଜୀଉ ହାଇସ୍କୁଲ ବୋଲି ସୂଚନା ମିଳିଛି। ଏ ସଂକ୍ରାନ୍ତରେ ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି କୁହନ୍ତି ଯେ, କଙ୍କଡାହାଡ ବ୍ଲକ ବିରିବୋଲେଇ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ସୋମବାରଠାରୁ ୧୪୪ ଧାରା ଲାଗୁ ହେବ। କାମାକ୍ଷାନଗର ଉପଖଣ୍ଡରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୪୪ ଧାରା ଲାଗୁ ପାଇଁ ଉପଜିଲାପାଳଙ୍କୁ ଜଣାଯାଇଛି। ଏ ସମ୍ପର୍କରେ କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ କୁହନ୍ତି, କପିଳାସ ଜାଗରଯାତ୍ରା ପାଇଁ ପୋଲିସ ଫୋର୍ସ ସେଠାରେ ନିୟୋଜିତ ଥିବାରୁ ୧୪୪ଧାରା ଲାଗୁ କରିବା ପାଇଁ ଘୋଷଣା ହୋଇପାରି ନ ଥିଲା ା ବର୍ତ୍ତମାନ କାମାକ୍ଷାନଗର ଏସ୍‌ଡିପିଓଙ୍କୁ ଏ ସମ୍ପର୍କରେ ଘୋଷଣା କରିବା ପାଇଁ ଜଣାଇ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri