୧୫ ବଛର ହେଲା ଖୁଲା ଆକାଶ ତଲେ ଉର୍ମିଳା

 

ତଳଗଁ।, ୧୭।୧୨ (ଡି.ଏନ୍‌.ଏ.)-
ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଅନେକ ସରକାରୀ ଯୋଜନା ବାଟ୍‌ବନା ହେଉଥିବାର ଦେଖ୍‌ବାକେ ମିଲିଛେ। ଅଧ୍‌କାରୀ, କରମ୍‌ଚାରୀକଁର ଅଁାତରିକତା ଅଭାବୁ ଅନେକ ଗରିବ୍‌ ଦୁଖି, ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାରୁ ବଁଚିତ୍‌ ହେଇ ବଡ଼ା ଗୁଲ୍‌ଗୁଲାରେ ଜୀବନ୍‌ ବିତଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ହରଭଙ୍ଗା ବ୍ଲକ ଆଡ଼େଣୀଗଡ଼ ପଁଚେତ୍‌ର ମାଧପୁରରେ।
ସୂଚନା ଅନ୍‌ସାରେ ଆଡ଼େଣୀଗଡ ପଁଚେତ୍‌ ଅଧୀନ ମାଧପୁରଠାନେ ଜାତୀୟ ରାଜପଥ ତରେ ଆଏଜ୍‌କେ ୧୫ ବଛର ହେଲା ୩ ଛୁଆକୁ ଧରି ଉର୍ମିଳା ଖୁଲା ଆକାଶ ତଲେ ଜୀବନ୍‌ ବିତଉଛନ୍‌। ଇ ଘଟନାକେ ନେଇ ଅନେକ ଥର ଗଣମାଧ୍ୟମରେ ଖବର ବାହାରିଥିଲେ ବି ପରଶାସନ ସବୁ ଜାନିଶୁନି ନାଇଁଜାନ୍‌ଲା ଲେଖେଁ ଅଭିନଏ କରୁଥିବାର ଥାନୀଅ ଲୋକ୍‌ ଅଭିଯୋଗ କରିଛନ୍‌। ଉର୍ମିଳାର ଘରଦୁଆର ନାଇଁଥିବାର ଲାଗି ସେ ଆଏଜ୍‌ ଇତାର ବାରନ୍‌ଡା ତ କାଏଲ୍‌ ସେତାର ପିଁଢ଼ାରେ ଦିନ୍‌ ବିତଉଛନ୍‌। ସେନ୍‌ତା ଆଏଜ୍‌କେ ୧୫ ବଛର ହେଲା ଥାନୀଅ ହାଟ୍‌ପଦାରେ ଉର୍ମିଳା ଏନ୍‌ଥେଇ ଦିନ୍‌ ବିତଉଛନ୍‌। ପରଶାସନ ଉର୍ମିଳାକୁଁ ଭତା ଆର କିଛି ଚାଉଲ ଦେଉଛେ ସତ୍‌। ହେଲେ ଉର୍ମିଳା ସରକାରୀ ଯୋଜନାରେ ଘରଡିହ ଆର ଆବାସ ଘରଖଁଡ଼େ ପାଏବାରୁ ବଁଚିତ୍‌ ହେଇ ରହିଛନ୍‌। ଇଆଡ଼େ ପରଶାସନ ଅନେକ ଜାଗାରେ ଥିଲାବାଲାକୁ ସରକାରୀ ଯୋଜନାରେ ସାମିଲ କରି ବାହାଦୁରି ନେଉଛେ। ଜିଲାପାଳ ଇ ଦିଗେ ଖାସ୍‌ ଦୁରୁଷ୍‌ଟି ଦେଇ ଉର୍ମିଲାକୁଁ ଯେତେ ଜଲ୍‌ଦି ହେବା ସରକାରୀ ଯୋଜନାରେ ଘରଡିହ ଆର ଆବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ଥାନୀଅ ବୁଧିଜୀବୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri