Posted inଖେଳ

୧୫ ବର୍ଷରୁ କମ୍‌ ଫୁଟ୍‌ବଲ: ଭାରତକୁ ‘ସାଫ୍‌’ ଟାଇଟଲ

କଲ୍ୟାଣୀ, ୧।୯ (ପି.ଟି.)-ନେପାଳକୁ ୭-୦ ଗୋଲରେ ପରାସ୍ତ କରି ଭାରତ ୧୫ ବର୍ଷରୁ କମ୍‌ ସାଫ୍‌ (ସାଉଥ ଏସିଆନ ଫୁଟ୍‌ବଲ ଫେଡେରେଶନ) ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରିଛି। ଶନିବାର କଲ୍ୟାଣୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ଏକତରଫା ଫାଇନାଲରେ ଷ୍ଟ୍ରାଇକର ଶ୍ରୀଦାର୍ଥ ନଙ୍ଗ୍‌ମିକାପମ୍‌ (୫୧ତମ, ୭୬ତମ ଓ ୮୦ତମ) ହ୍ୟାଟ୍ରିିକ ଗୋଲ ସ୍କୋର କରିଥିଲେ। ମହେସନ ସିଂ (୧୫ତମ), ଅମନଦୀପ (୪୨ତମ), ଶିବଜିତ୍‌ ସିଂ (୪୫ତମ) ଏବଂ ହିମାଂଶୁ ଜାଙ୍ଗ୍ରା (୬୫ତମ) ଗୋଟିଏ ଲେଖାଏଁ ଗୋଲ ସ୍କୋର କରିଥିଲେ। ଭାରତ ରେକର୍ଡ ତୃତୀୟ ଥର ପାଇଁ ଟାଇଟଲ ଜିତିବାରେ ସମର୍ଥ ହୋଇଛି। ପୂର୍ବରୁ ଦଳ ୨୦୧୩ ଏବଂ ୨୦୧୭ରେ ଚାମ୍ପିୟନ ହୋଇଥିଲା। କୋଚ୍‌ ବିବିଆନୋ ଫର୍ନାଣ୍ଡିଜଙ୍କ ତତ୍ତ୍ୱାବଧାନରେ ଭାରତୀୟ ଦଳ ଟୁର୍ନାମେଣ୍ଟରେ ୫ଟି ମ୍ୟାଚ ଖେଳି ମୋଟ ୨୮ଟି ଗୋଲ ସ୍କୋର କରିଥିବାବେଳେ ଗୋଟିଏ ହେଲେ ଗୋଲ ବରଣ କରି ନ ଥିଲା। ଆମେ ଚାମ୍ପିୟନ ହେବା ଲକ୍ଷ୍ୟ ନେଇ ଏଠାକୁ ଆସିଥିଲୁ ଏବଂ ସଫଳ ହେଲୁ ମଧ୍ୟ। ଏଏଫ୍‌ସି କ୍ୱାଲିଫାୟର୍ସ ପାଇଁ ଏହି ଟୁର୍ନାମେଣ୍ଟ ଆମ ଲାଗି ଏକ ପ୍ରସ୍ତୁତି ଭଳି ଥିଲା। ଆମର ପରବର୍ତ୍ତୀ ନଜର ୧୬ ବର୍ଷରୁ କମ୍‌ ଏଏଫ୍‌ସି ଚାମ୍ପିୟନଶିପ୍‌ ୨୦୨୦ କ୍ୱାଲିଫାୟର୍ସ ଉପରେ ରହିଛି। ଏହା ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ଖେଳାଯିବା କାର୍ଯ୍ୟକ୍ରମ ରହିଛି। ଭାରତ ଏଥିରେ ଉଜ୍‌ବେକିସ୍ତାନ, ବାହାରିନ ଏବଂ ତୁର୍କମେନିସ୍ତାନ ସହ ଗ୍ରୁପ୍‌ ‘ବି’ରେ ସ୍ଥାନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri