Posted inଖେଳ

୧୫ ବର୍ଷରୁ କମ୍‌ ସାଫ୍‌ ମହିଳା ଚାମ୍ପିୟନଶିପ୍‌: ଭାରତ ଚାମ୍ପିୟନ

ଥିମ୍ପୁ,୧୬।୧୦(ପି.ଟି.)- ଏଠାରେ ଖେଳଯାଇଥିବା ୧୫ ବର୍ଷରୁ କମ୍‌ ସାଉଥ୍‌ ଏସିଆନ ଫୁଟବଲ ଫେଡେରେଶନ (ସାଫ୍‌) ମହିଳା ଚାମ୍ପିୟନଶିପ୍‌ରେ ଭାରତ ଟାଇଟଲ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଭାରତ ପେନାଲ୍ଟି ଶୁଟ୍‌ ଆଉଟ ଜରିଆରରେ ବାଂଲାଦେଶକୁ ୫-୩ରେ ପରାସ୍ତ କରି ଚାମ୍ପିୟନ ହୋଇଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ନିର୍ଣ୍ଣାୟକ ମ୍ୟାଚ୍‌ ନିର୍ଦ୍ଧାରିତ ସମୟ ଶେଷ ସୁଦ୍ଧା ଗୋଲ୍‌ ଶୂନ୍ୟ ଭାବେ ଶେଷ ହୋଇଥିଲା। ଫଳରେ ପେନାଲ୍ଟି ଶୁଟ୍‌ ଆଉଟ୍‌ର ସହାୟତା ନିଆଯାଇଥିଲା।
ଭାରତ ଆରମ୍ଭରୁ ଦମ୍‌ଦାର ପ୍ରଦର୍ଶନ କରିଥିଲା। ପ୍ରିୟଙ୍କା ସୁଜିଶ୍‌ ଆକ୍ରମଣାତ୍ମକ ପ୍ରଦର୍ଶନ କରିଥିଲେ। ଅମୀଷା ବକ୍ସଲା ତାଙ୍କୁ ସହଯୋଗ କରିଥିଲେ। ଅପରପକ୍ଷରେ ବାଂଲାଦେଶ ମଧ୍ୟ ପଛରେ ପଡି ନ ଥିଲା। ବାଂଲଦେଶ ଏକ ନିଶ୍ଚିତ ସୁଯୋଗ ପାଇଥିଲେ ମଧ୍ୟ ଭାରତୀୟ ଡିଫେନ୍ସ ଓ ଗୋଲ କିପର ଅଦ୍ରିଜା ସାରଖେଲ ବାଂଲଦେଶକୁ ସୁଯୋଗ ଦେଇ ନ ଥିଲେ। ଭାରତର ଅମୀଷା ବକ୍ସଲା ଓ ଲିଣ୍ଡା କୋମ ସେର୍ଟୋ ଏକାଧିକ ସୁଯୋଗ ସୃଷ୍ଟି କରିଥିଲେ। ତେବେ ବାଂଲଦେଶ ଗୋଲକିପର ଏହାକୁ ପଣ୍ଡ କରିଥିଲେ। ପେନାଲ୍ଟି କର୍ନର ପାଇଁ ଭାରତ ଆବେଦନ କରିଥିଲେ ମଧ୍ୟ ରେଫରି ଏହାକୁ ନାକଚ କରିଥିଲେ। ଦ୍ୱିତୀୟାର୍ଦ୍ଧାର ବାଂଲାଦେଶ ନୂଆ ଉତ୍ସାହରେ ଆକ୍ରମଣ କରିଥିଲା। ତେବେ ଭାରତ ଖେଳଳିମାନେ କୌଣସି ସୁଯୋଗ ଦେଇ ନ ଥିଲେ। ଶେଷରେ ମ୍ୟାଚ ନିର୍ଦ୍ଧାରିତ ସମୟ ସୁଦ୍ଧା ଗୋଲ ଶୂନ୍ୟ ଭାବେ ଶେଷ ହୋଇଥିଲା ଓ ପେନାଲ୍ଟି ଶୁଟ୍‌ ଆଉଟ୍‌ରେ ଭାରତୀୟ ଶିଲ୍‌କି ଦେବୀଙ୍କ ପ୍ରୟାସରେ ଭାରତ ବିଜୟୀ ହୋଇ ଟାଇଟଲ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri