୧୫ ମେଟ୍ରିକଟନ ମାଙ୍ଗାନିଜ ଜବତ: ୮ ଗିରଫ

ବଡବିଲ,୮ା୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ରୁଗୁଡି ପୋଲିସକୁ ସୋମବାର ରାତିରେ ବଡ଼ ସଫଳତା ମିଳିଛି। ମାଙ୍ଗାନିଜ ଚୋରାଚାଲାଣ ବେଳେ ପୋଲିସ ଚଢାଉ କରି ଘଟଣାସ୍ଥଳରୁ ୨ଟି ଟ୍ରକ, ୧ଟି ବୋଲେରୋ, ୧ଟି ବାଇକ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଓଡ଼ିଶା, ଝାଡଖଣ୍ଡ ଓ ବିହାର ରାଜ୍ୟର ମୋଟ ୮ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ୮ ଟି ମୋବାଇଲ ଓ ନଗଦ ୧ଲକ୍ଷ ଟଙ୍କା ପୋଲିସ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିହାର ରାଜ୍ୟ ବକ୍ସେର ଜିଲା କ୍ରିଷ୍ଣବରମ ଥାନା ଅନ୍ତର୍ଗତ ଡୁଭୁକି ଅଞ୍ଚଳର ବିବେକ କୁମାର ଯାଦବ, ଝାଡଖଣ୍ଡ ପଶ୍ଚିମ ସିଂହଭୂମି ଜିଲା କିରିବୁରୁ ଟାଉନସିପ ମୂର୍ଗାପଡା ଅଞ୍ଚଳର ଏମଡି ରଫିକ ଖାନ, ବଡବିଲ ଆଜାଦ ବସ୍ତି ଅଞ୍ଚଳରେ ରହୁଥିବା ଝାଡଖଣ୍ଡ ରାଜ୍ୟ ପଶ୍ଚିମ ସିଂହଭୂମି ଜିଲା ନୂଆମୁଣ୍ଡି ଥାନା ବଜାରମହୋଲ୍ଲା ଡାଙ୍ଗୋଆପଶି ଅଞ୍ଚଳର ଏମଡି ତାଜୁଦ୍ଦିନ ଆନସାରୀ, ବଡବିଲ ଦାମୁ ହଟିଂ ଅଞ୍ଚଳରେ ରହୁଥିବା ଜୁନାସ ଓରଫ ଜୁନେସ ଲାକ୍ରା, ବଡବିଲ ଗାଢା ହଟିଂ ଅଞ୍ଚଳର ଷ୍ଟିପେନ ଡୁଙ୍ଗଡୁଙ୍ଗ ଓରଫ୍‌ ମୋଟୁ, ସୁନ୍ଦରଗଡ ଜିଲା କୋଇଡା ଥାନା ଅନ୍ତର୍ଗତ ପାଣୁପଶି ପାଟୁଳି ଗ୍ରାମର ଜଗଦିଶ ଦାସ ଓ ଗୌର ଦାସ ଏବଂ ରୁଗୁଡି ଥାନା କାଟେସାହି ଅଞ୍ଚଳର ଅଜିତ ପାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri