୧୫ ମେଧାବୀ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କୁ ଲାପ୍‌ଟପ୍‌ ବଣ୍ଟନ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୧୫ଜଣ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ ଭଲ ପାଠ ପଢ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ପରାମର୍ଶ ଦେବା ସହିତ ଏମାନଙ୍କୁ ଉତ୍ସାହିତ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ। ଏହି ଅବସରରେ ଦଶମ ଶ୍ରେଣୀର ୧୩ଜଣ ଓ ଦ୍ୱାଦଶ ଶ୍ରେଣୀର ଦୁଇଜଣ ବିଦ୍ୟାର୍ଥୀ ମନ୍ତ୍ରୀଙ୍କଠାରୁ ଲାପ୍‌ଟପ୍‌ ଗ୍ରହଣ କରିଥିଲେ। ଏଥିସହ ଜାତୀୟ ସ୍ତରରେ ଉନ୍ନତ ର଼୍ୟାଙ୍କ୍‌ ପ୍ରଦର୍ଶନ ପାଇଁ ଗଞ୍ଜାମ ଜିିଲା ପୋଲସରାର ହାତୀଓଟସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ତ୍ରିଲୋଚନ ଷଡ଼ଙ୍ଗୀ ଏବଂ ବାରିପଦାର ରାଣୀଭୋଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ବିଭୂତି ଭୂଷଣ ମଣ୍ଡଳଙ୍କୁ ମନ୍ତ୍ରୀ ମାନପତ୍ର ସହ ୨୫ ହଜାର ଟଙ୍କା ପ୍ରଦାନ କରିଥିଲେ। ଏହି ଅର୍ଥ ସମ୍ପୃକ୍ତ ବିଦ୍ୟାଳୟ ଦୁଇଟିର ସାମଗ୍ରିକ ବିକାଶରେ ବିନିଯୋଗ କରାଯିବ।
ରାଜ୍ୟ ଶିକ୍ଷା ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର, ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା, ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କର ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ। ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ସ୍ବାଗତ ଭାଷଣ ଓ ଅତିରିକ୍ତ ନିର୍ଦ୍ଦେଶକ ସରୋଜ କୁମାର ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri