୧୫ ସୁଦ୍ଧା ପାଇଖାନା ନିର୍ମାଣ ବକେୟା ପ୍ରଦାନ ନିର୍ଦ୍ଦେଶ: ଘରକୁ ଯାଇ କାର୍ଯ୍ୟାଦେଶ ଦେଲେ ବିଡିଓ

ଛତ୍ରପୁର,୯ା୧(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାହ୍ୟ ମଳମୁକ୍ତ ଘୋଷଣା ହୋଇଥିଲେ ମଧ୍ୟ ଏବେ ଲୋକେ ଖୋଲାରେ ଶୌଚ ହେଉଛନ୍ତି। ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ପାଇଖାନା ନିର୍ମାଣ ପାଇଁ ନୂତନ ଭାବେ ପଞ୍ଜୀକୃତ ୧୯,୪୭୪ ହିତାଧିକାରୀଙ୍କୁ ବୁଧବାରଠାରୁ ସମସ୍ତ ବ୍ଲକରେ କାର୍ଯ୍ୟାଦେଶ ପ୍ରଦାନ ଆରମ୍ଭ ହୋଇଛି। ସ୍ପେଶାଲ ଡ୍ରାଇଭରେ ଗୁରୁବାର ସୁଦ୍ଧା ସମସ୍ତ ପଞ୍ଜୀକୃତ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ ପାଇଁ ବିଡିଓମାନଙ୍କୁ ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୩୧ ସୁଦ୍ଧା କିଭଳି ସମସ୍ତ ପାଇଖାନା ନିର୍ମାଣ କାର୍ଯ୍ୟ ସାରିବ ତାହା ଉପରେ ଧ୍ୟାନ ଦେବାକୁ ସେ କହିଛନ୍ତି। ଏହି ପରିପ୍ରେକ୍ଷୀରେ ବିଡିଓମାନେ ହିତାଧିକାରୀଙ୍କ ଘରକୁ ଯାଇ ପାଇଖାନା ନିର୍ମାଣ କାର୍ଯ୍ୟାଦେଶ ଦେଉଛନ୍ତି। ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶ ବ୍ଲକର ବିଭିନ୍ନ ଗାଁକୁ ଯାଇ ହିତାଧିକାରୀଙ୍କୁ ପାଇଖାନା ନିର୍ମାଣ କାର୍ଯ୍ୟାଦେଶ ବଣ୍ଟନ କରିଥିବା ଦେଖିବାକୁ ମିଳିଛି ।
ଅନ୍ୟପକ୍ଷରେ ଜିଲାର କେତେକ ଗ୍ରାମାଞ୍ଚଳରେ ପୂର୍ବରୁ ନିର୍ମାଣ ହୋଇଥିବା ୨୮,୬୪୨ ପାଇଖାନା ବାବଦ ଅର୍ଥ ହିତାଧିକାରୀମାନଙ୍କୁ ମିଳି ନ ଥିବାରୁ ସମ୍ପୃକ୍ତ ବ୍ଲକର ଗ୍ରାମ୍ୟ ଜଳ ଯୋଗାଣ ବିଭାଗ କନିଷ୍ଠ ଯନ୍ତ୍ରୀମାନଙ୍କୁ ପିଡି କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିଲେ। ଆସନ୍ତା ୧୫ ତାରିଖ ସୁଦ୍ଧା ହିତାଧିକାରୀଙ୍କ ଆକାଉଣ୍ଟକୁ ସେମାନଙ୍କ ବକେୟା ଟଙ୍କା ଟ୍ରାନ୍ସଫର କରିବାକୁ ପିଡି ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ା ଆହୁରି ଜଣାଯାଇଛି, ଜିଲାର ୨୦,୧୫୩ ଜଣ ଏଲଓବି ହିତାଧିକାରୀଙ୍କ ଘରେ ପାଇଖାନା ନିର୍ମାଣ କାର୍ଯ୍ୟ ଫେବୃୟାରୀ ୧୫ ସୁଦ୍ଧା ସାରି ଟଙ୍କା ଦେବାକୁ ମଧ୍ୟ ନିର୍ଦ୍ଦେଶ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri