୧୫ ସୁଦ୍ଧା ବକେୟା ପୈଠ ନ କଲେ ବିଦ୍ୟୁତ୍‌ ବିଚ୍ଛିନ୍ନ

ବ୍ରହ୍ମପୁର ଅଫିସ,୧ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ ପରିବଣ୍ଟନ ସଂସ୍ଥା ସାଉଥକୋ ଅଧୀନ ୮ ଜିଲାର ୧୫ ଲକ୍ଷ ୭୩ ହଜାର ୮୧୫ ଉପଭୋକ୍ତାଙ୍କ ଉପରେ ୧୩୭୪.୨୬ କୋଟି ଟଙ୍କା ବକେୟା ପଡ଼ିଛି। ଆସନ୍ତା ୧୫ ତାରିଖ ସୁଦ୍ଧା ଉପଭୋକ୍ତା ବକେୟା ପୈଠ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ନଚେତ୍‌ କେନ୍ଦ୍ରାଞ୍ଚଳ ବିଦ୍ୟୁତ୍‌ ସେବା ପ୍ରଦାନକାରୀ ସଂସ୍ଥା ସେସୁ ଭଳି ସାଉଥକୋ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିବ ବୋଲି ଚେତାବନୀ ଦେଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ବୌଦ୍ଧ ଜିଲାର ଉପଭୋକ୍ତାମାନଙ୍କୁ ଏ ନେଇ ସଚେତନ କରାଯାଇଛି। ବକେୟା ପୈଠ ନ କଲେ ଆସନ୍ତା ୧୬ରୁ ପର୍ଯ୍ୟୟକ୍ରମେ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ଶୁକ୍ରବାର ବ୍ରହ୍ମପୁରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସାଉଥକୋର ନୂଆ ପ୍ରଶାସନିକ ଅଧିକାରୀ (ଏଓ) ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି।
ଉପଭୋକ୍ତା ୧୦ ହଜାରରୁ ଅଧିକ ଟଙ୍କା ବକେୟା ରଖି ପୈଠ କରି ନ ଥିଲେ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯିବ। ପର୍ଯ୍ୟାୟକ୍ରମେ ପୈଠ କରିବାର ସୁଯୋଗ ଦିଆଯିବ। କଳ କାରଖାନା, ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକ ପ୍ରତି ଆଦାୟ ଆଭିମୁଖ୍ୟ କଠୋର କରାଯିବ ବୋଲି ଏଓ ସ୍ପଷ୍ଟ କରିଦେଇଛନ୍ତି ।
ଯେଉଁ ଉପଭୋକ୍ତାଙ୍କ ତ୍ରୁଟିପୂର୍ଣ୍ଣ ବିଲ ଥିବ ତାହା ଏସଡିଓ ଏବଂ ଜେଇଙ୍କ ପାଖରେ ଅଭିଯୋଗ କରାଗଲେ ସଂଶୋଧନ କରାଯିବ ବୋଲି ଏଓ ସାହୁ ସୂଚନା ଦେଇଥିଲେ। ଖବରଦାତା ସମ୍ମିଳନୀରେ ସାଉଥକୋ ବ୍ରହ୍ମପୁର ସିଟି ସର୍କଲ ଏସଇଙ୍କ ସମେତ ଅନ୍ୟ ଅଧିକାରୀ ଓ ଇଞ୍ଜିନିୟର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri