୧୫ ହଜାର ଶାଖା ଖୋଲିବାକୁ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭-୧: ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ପ୍ରାଥମିକତା ସ୍ବରୂପ ୨୦୨୦-୨୧ ଆର୍ଥତ୍କ ବର୍ଷରେ ସାରା ଦେଶରେ ୧୫ ହଜାର ନୂଆ ଶାଖା ଖୋଲିବାକୁ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। କେଉଁ କେଉଁ ସ୍ଥାନଗୁଡିକରେ ଶାଖା ଖୋଲାଯାଇପାରିବ ତାର ଏକ ରିପୋର୍ଟ କେନ୍ଦ୍ର ସରକାର ବ୍ୟାଙ୍କଗୁଡିକୁ ପ୍ରଦାନ କରିଛନ୍ତି। ପ୍ରକ୍ରିୟା ସହ ଜଡିତ ୩ ବରିଷ୍ଠ ଅଧିକାରୀ ଶୁକ୍ରବାର ଏ ନେଇ ସୂଚନା ଦେଇଛନ୍ତି। ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ), ବ୍ୟାଙ୍କ ଅଫ୍‌ ବରୋଦା, ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଏବଂ ଆଇସିଆଇସିଆଇ ଭଳି ବଡ ବଡ ବ୍ୟାଙ୍କଗୁଡିକ ବ୍ୟାଙ୍କ ନ ଥିବା ସ୍ଥାନଗୁଡିକରେ ପ୍ରାୟ ୧୪ରୁ ୧୫ ହଜାର ନୂଆ ଶାଖା ଖୋଲିବେ ବୋଲି ସୂଚନା ରହିଛି। ବ୍ୟାଙ୍କ ନ ଥିବା ସ୍ଥାନର ପ୍ରାୟ ୧୫ କିମି ଅଞ୍ଚଳ ମଧ୍ୟରେ ଏହି ବ୍ୟାଙ୍କଗୁଡିକ ଖୋଲିବାକୁ କୁହାଯାଇଛି ବୋଲି ଜଣେ ବରିଷ୍ଠ ବ୍ୟାଙ୍କର କହିଛନ୍ତି। ପଞ୍ଚାୟତ ସ୍ତରରେ ପହଞ୍ଚି ଲୋକଙ୍କୁ ଋଣ ଯୋଗାଣ ଦିଗରେ ପଦକ୍ଷେପ ନେବାକୁ କୁହାଯାଇଛି। ମାର୍ଚ୍ଚ ୨୦୧୯ ଡାଟା ମୁତାବକ ବର୍ତ୍ତମାନ ସାରା ଦେଶରେ ୧.୨୦ ଲକ୍ଷ ବ୍ୟାଙ୍କ ଶାଖା ଏବଂ ୨ ଲକ୍ଷ ଏଟିଏମ୍‌ ରହିଛି। ଏହା ମଧ୍ୟରୁ ୩୫,୬୪୯ ଶାଖା ଗ୍ରାମାଞ୍ଚଳରେ ରହିଛି। ସେହିଭଳି ଏହି ସମୟରେ ଆଞ୍ଚଳିକ ବ୍ୟାଙ୍କଗୁଡିକ ସାରା ଦେଶରେ ୫୨ ହଜାର ଶାଖା ଦ୍ୱାରା ସେବା ଯୋଗାଇ ଦେଉଛନ୍ତି। ୨୦୧୮ରେ ଏହି ବ୍ୟାଙ୍କଗୁଡିକ ୩% ହାରରେ ଅଭିବୃଦ୍ଧି ହାସଲ କରିଥିବା ରିପୋର୍ଟରୁ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri