୧୬ନଂ. ଜାତୀୟ ରାଜପଥର ବାଇପାସ୍‌ ରୋଡ୍‌: ବାରମ୍ବାର ଆନ୍ଦୋଳନ ପରେ ନିର୍ମାଣ ଚାଲିଛି ୬ଲେନ ରାସ୍ତା

ରଣପୁର,୨୬।୯(ସ୍ବ.ପ୍ର.): କୋଲକତା-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ଚାନ୍ଦପୁରଠାରେ ବାଇପାସ୍‌ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଦାବି, ଆପତ୍ତି, ଅଭିଯୋଗ ଓ ଆନ୍ଦୋଳନ ପରେ ୬ଲେନ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ହେଲେ ଓଭରବ୍ରିଜ କରା ନ ଗଲେ ଏଠାରେ ଦୁର୍ଘଟଣା ରୋକାଯାଇପାରିନି ବୋଲି ମତଦେଇ ସ୍ଥାନୀୟ ଲୋକେ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସେମାନେ ବାଇପାସ୍‌ ନିର୍ମାଣକୁ ବିରୋଧ କରୁ ନ ଥିଲେ ମଧ୍ୟ ଓଭରବ୍ରିଜ ହେଉ ନ ଥିବାରୁ ଜୀବନ ବଞ୍ଚାଇବାକୁ ଆନ୍ଦୋଳନ କରିବାକୁ ପଡିବ ବୋଲି ସୂଚନା ଦେଇଛନ୍ତି।
ପ୍ରାପ୍ତ ସୂଚନା ଅନୁସାରେ କେରଣ୍ଡାଟାଙ୍ଗୀ ଓ କନ୍ଧ ନୂଆଗଡ଼ ପଞ୍ଚାୟତର ମଧ୍ୟସ୍ଥଳୀ ହେଉଛି ଚାନ୍ଦପୁର। ଏଠାରେ ବସନ୍ତମଞ୍ଜରୀ ସାଧାରଣ ଚିକିତ୍ସାଳୟ ଓ ବଡ ବଜାର ରହିଥିବାରୁ ସବୁବେଳେ ଗହଳି ଲାଗିରହେ। ତେବେ ବାଇପାସ୍‌ ନିର୍ମାଣ ପରେ ଚାନ୍ଦପୁର ଅଞ୍ଚଳ ଦୁର୍ଘଟଣା ଜୋନ ପାଲଟିଛି। ଗତ ୨ମାସ ମଧ୍ୟରେ ୧୨୩ଟି ଦୁର୍ଘଟଣା ଘଟି ସାରିଲାଣି। ଦୁର୍ଘଟଣାକୁ ଏଡାଇବା ପାଇଁ ସ୍ଥାନୀୟ ବାସିନ୍ଦା ଓଭରବ୍ରିଜ ନିର୍ମାଣ ପାଇଁ ଦାବି କରିଆସୁଛନ୍ତି। ହେଲେ ଏହି ଦାବିକୁ ପ୍ରଶାସନ ଅଣଦେଖା କରୁଥିବାରୁ ସ୍ଥାନୀୟ ଲୋକଙ୍କ ପାଇଁ ଏହା ଚିନ୍ତାର କାରଣ ପାଲଟିଛି। ପ୍ରଶାସନ ଉପରେ ଚାପ ସୃଷ୍ଟି କରିବା ନିମନ୍ତେ ଗତ ୧୫ ତାରିଖରେ ସ୍ଥାନୀୟ ଜନସାଧାରଣ ଓ ଲୋକପ୍ରତିନିଧିଙ୍କ ଏକ ମିଳିତ ବୈଠକ ବସିଥିଲା। ଓଭରବ୍ରିଜ ନିର୍ମାଣ କରିବାରେ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କରୁଥିବାରୁ ଅସନ୍ତୋଷ ଓ କ୍ଷୋଭ ପ୍ରକାଶ ପାଇଥିଲା। ବୈଠକର ନିଷ୍ପତ୍ତି ଅନୁସାରେ ରଣପୁର ବ୍ଲକ ଉପାଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ, ୨୪ନଂ. ଜିଲାପରିଷଦ ସଭ୍ୟ ବିଜୟ କେତନ ସାହୁ, ଚାନ୍ଦପୁର ସରପଞ୍ଚ ଜିତେନ୍ଦ୍ର କୁମାର ସାହୁ, କନ୍ଧନୟାଗଡ଼ ସରପଞ୍ଚ ଅରୁଣ କୁମାର ସୁବୁଦ୍ଧିଙ୍କ ନେତୃତ୍ୱରେ ଏକ ଟିମ୍‌ ଗତ ୨୦ତାରିଖରେ ନୟାଗଡ଼ ଜିଲାପାଳଙ୍କୁ ଭେଟି ଏହି ମର୍ମରେ ଦାବିପତ୍ର ପ୍ରଦାନ କରିଛନ୍ତି। ଏହାର ସମାଧାନ ନ ହେଲେ ଆଗାମୀ ଦିନରେ ସେମାନେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବେ ବୋଲି ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri