୧୬୦୦ କୀର୍ତ୍ତିରାଜି ଫଟୋରେ ନିର୍ମିତ ବିଶ୍ୱକର୍ମା

ପୁରୁଣା ଭୁବନେଶ୍ୱର,୧୭-୯(ଡି.ଏନ.ଏ);ମଙ୍ଗଳବାର ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା। ଏଥିପାଇଁ ପ୍ରସ୍ତୁତି ସରିଥିବାବେଳେ ସହରଠୁ ଗାଁ ସବୁଠି ଉତ୍ସାହ ଆଉ ଉତ୍କଣ୍ଠା। ବିଶେଷକରି ବିଭିନ୍ନ ସହର ଓ ବଜାରରେ ନିଆରା ମୂର୍ତ୍ତି ନିର୍ମାଣ ସହ ସୁଉଚ୍ଚ ତୋରଣ, ଆଲୋକସଜ୍ଜାକୁ ନେଇ ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ପ୍ରତିଯୋଗିତା ଚାଲିଛି। ଏସବୁ ଭିତରେ ଶାନ୍ତିସ୍ତୂପ ନିକଟ ଧଉଳି ଚାରୁକଳା ମହାବିଦ୍ୟାଳୟର ଛାତ୍ରୀଛାତ୍ରୀମାନେ ବିଭିନ୍ନ ଦେଶର ୧୬୦୦ କୀର୍ତ୍ତିରାଜି ଫଟୋକୁ ନେଇ ତିଆରି କରିଛନ୍ତି ବିଶ୍ୱକର୍ମାଙ୍କ ମୃଣ୍ମୟ ପ୍ରତିମୂର୍ତ୍ତି। ପେପର କୋଲାଜ ଶୈଳୀରେ ପ୍ରସ୍ତୁତ ଏହି ମୂର୍ତ୍ତି ବେଶ୍‌ ଆକର୍ଷଣୀୟ ହେବା ସହ ନୂଆ ବାର୍ତ୍ତା ଦେଉଛି। ଏଥିରେ ବିଶ୍ୱର ପ୍ରମୁଖ ଐତିହ୍ୟ କୋଣାର୍କ ମନ୍ଦିର ସହ ଏହାର ଚକ୍ର, ଘୋଡ଼ା, ନର୍ତ୍ତକୀ ସ୍ଥାନ ପାଇଛି। ସେହିପରି ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, ଲିଙ୍ଗରାଜ ମନ୍ଦିର ମୁକ୍ତେଶ୍ୱର ତୋରଣ, ବୋଇତାଳ ମନ୍ଦିର, ଶାନ୍ତିସ୍ତୂପ ଧଉଳି, ଖଣ୍ଡଗିରି ଗୁମ୍ଫା ସହ ଅନେକ କୀର୍ତ୍ତିରାଜିର ଫଟୋଚିତ୍ର ଓ ବିଶ୍ୱକର୍ମାଙ୍କ ଶ୍ଳୋକ ସ୍ଥାନିତ ହୋଇଛି।
ମହାବିଦ୍ୟାଳୟର ଭାସ୍କର୍ଯ୍ୟ ବିଭାଗ ଅଧ୍ୟାପକ ଚନ୍ଦନ କୁମାର ସାମଲଙ୍କ ତତ୍ତ୍ୱାବଧାନରେ ରାଜେଶ୍ୱର ମହାପାତ୍ର, ରଣଜିତ୍‌ ପାଣି, ସୁଧାଂଶୁ ବକ୍ସି, ରାକେଶ ବିଶ୍ୱାଳ, ବିଶ୍ୱଜିତ୍‌ ସାହୁ, ଅବିନାଶ ସାହୁ, ରାକେଶ ଦାସ, ନୀଳମଣି ଗୌଡ, ସୁମିତ୍‌ କୁମାର ଧାଙ୍ଗଡ଼ା ମାଝି ଓ ଗତିକୃଷ୍ଣ ନାୟକଙ୍କ ସମେତ ବହୁ ଛାତ୍ରୀଛାତ୍ର ୮ଦିନ ଧରି ଏହି ମୂର୍ତ୍ତି ତିଆରି କରିବାରେ ସଫଳ ହୋଇନ୍ତି। ଏମାନେ କୁହନ୍ତି, ଐତିହ୍ୟ, କୀର୍ତ୍ତିରାଜି, କଳା ଓ ସ୍ଥାପର୍ଯ୍ୟର ରକ୍ଷଣାବେକ୍ଷଣ ଏବଂ ସେଗୁଡିକର ପ୍ରଚାରପ୍ରସାର ପାଇଁ ଏପରି ପ୍ରୟାସ କରାଯାଇଛି। ଛାତ୍ରଛାତ୍ରୀଙ୍କ ଏଭଳି ଉଦ୍ୟମକୁ ମହାବିଦ୍ୟାଳୟ ଅଧ୍ୟକ୍ଷ ତଥା ଚିତ୍ରଶିଳ୍ପୀ ପଞ୍ଚାନନ ସାମଲ, ସମ୍ପାଦକ ମିହିରକାନ୍ତ ପ୍ରହରାଜ, ଅଧ୍ୟାପକ ମାନସ ରଞ୍ଜନ ନାୟକ, ବିଶ୍ୱକାନ୍ତ ପଣ୍ଡା, ରାମଶଙ୍କର ସାହୁ, ସସ୍ମିତା କାମିଳା, ଲକ୍ଷ୍ମୀଧର ସ୍ବାଇଁ ପ୍ରମୁଖ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?