୧୬୫ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଜେଲ ଗଲେ

ଖୋର୍ଦ୍ଧା ଅଫିସ,୧୮।୧୧: କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ଖୋର୍ଦ୍ଧା ଆଦର୍ଶ ଥାନା ଶ୍ରୀବିହାରରୁ ଆନନ୍ଦ ପଶ୍ଚିମ କବାଟ(୪୬)ଙ୍କଠାରୁ ୧୬୫ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଏହାର ଦାମ୍‌ ପ୍ରାୟ ୧୬ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି। କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ୧୦ ଜଣିଆ ଟିମ୍‌ ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥରେ ପାଟ୍ରୋଲିଂ କରୁଥିବାବେଳେ ସୋମବାର ପୂର୍ବାହ୍ନରେ ଚଣ୍ଡିଚୁଆରୁ ଆନନ୍ଦଙ୍କଠାରୁ ୧୬୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ ହୋଇଥିଲା।
ସେହିପରି ଘର ଉପରେ ଚଢ଼ାଉ କରାଯାଇ ଅନୁରୂପ ଭାବେ ୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଜବତ ବ୍ରାଉନସୁଗାର ପୁଡିଆ କରି ବିକ୍ରି ଉଦ୍ଦେଶ୍ୟରେ ରଖାଯାଇଥିଲା। ଏନେଇ ୧୫୩/୧୯-୨୦ରେ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ମୋକଦ୍ଦମା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ଆନନ୍ଦଙ୍କୁ ଖୋର୍ଦ୍ଧା ସବ୍‌ଜେଲକୁ ପଠାଇ ଦିଆଯାଇଛି । ଆନନ୍ଦ ଜଳେଶ୍ୱରରୁ ବ୍ରାଉନସୁଗାର ଆଣି ବ୍ୟବସାୟ କରୁଥିଲେ। ଅନ୍ୟପକ୍ଷରେ ଖୋର୍ଦ୍ଧା ସହରରେ ବ୍ରାଉନ୍‌ସୁଗାର କାରବାର ଚାଲିଥିବାରୁ ଚଢ଼ାଉକୁ ତ୍ୱରାନ୍ବିତ କରାଯାଇଥିବା କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଅଧିକାରୀ ଜଗଦୀଶ ଚନ୍ଦ୍ର ସାମଲ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri