୧୬ ନଂ. ଏନ୍‌ଏଚ୍‌ରେ ଲାଗିବ ଇଣ୍ଟେଲିଜେନ୍ସ କ୍ୟାମେରା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ସଡ଼କ ସୁରକ୍ଷା ମାସ। ପୂର୍ବରୁ ସପ୍ତାହେ ବ୍ୟାପୀ ଚାଲୁଥିବା ଏହି କାର୍ଯ୍ୟକ୍ରମ ଏଥର ମାସେ ଯାଏ ଚାଲିବ। ରାଜ୍ୟରେ ଯାନବାହନ ଦୁର୍ଘଟଣାକୁ ହ୍ରାସ କରିବାକୁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମୋଟରସାଇକେଲ ଚାଳକ ଓ ଆରୋହୀଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ କରିବା ପରେ ଜାତୀୟ ରାଜପଥରେ ମନଇଚ୍ଛା ଗାଡ଼ିଚାଳନା ଉପରେ ନଜର ରଖାଯିବ। ଅମାନିଆ ଗାଡ଼ିଚାଳକଙ୍କ ଉପରେ ନଜର ରଖିବାକୁ ଇଣ୍ଟେଲିଜେଣ୍ଟ କ୍ୟାମେରା ଲାଗିବ। ୧୬ ନଂ. ଜାତୀୟ ରାଜପଥରେ ଖୋର୍ଦ୍ଧା ଜିଲାର ରାମେଶ୍ୱରଠାରୁ ଯାଜପୁର ଜିଲା ପାଣିକୋଇଲି ପର୍ଯ୍ୟନ୍ତ ସିସିଟିଭି ଲଗାଯିବ। ଜାତୀୟ ରାଜପଥରେ ୪ରୁ ୫ କିଲୋମିଟର ମଧ୍ୟରେ ଗୋଟିଏ ଲେଖାଏ କ୍ଲୋଜ୍‌ ସର୍କିିଟ କ୍ୟାମେରା ଲାଗିବ। ଏହା ଦ୍ରୁତଗତିରେ ଯାଉଥିବା ଚାଳକ ଓ ନକଲି ନମ୍ବରପ୍ଲେଟ୍‌ଧାରୀଙ୍କୁ ଚିହ୍ନଟ କରିବ। ସେହିପରି ସର୍ବସାଧାରଣ ଯାନରେ ଜିପିଏସ ବ୍ୟବସ୍ଥା ବାଧ୍ୟତାମୂଳକ କରାଯାଇଛି। ଏହାକୁ ଆହୁରି କଡ଼ାକଡ଼ି କରିବାକୁ ଭେହିକିଲ ଲୋକେଶନ ଟ୍ରାକିଂ ସିଷ୍ଟମ ଲାଗୁ କରାଯିବ। ଫଳରେ ଗାଡିର ଲୋକେଶନ ଏବଂ ଯାତ୍ରୀମାନଙ୍କ ସୁରକ୍ଷା ଉପରେ ନଜର ରଖାଯାଇ ପାରିବ। ସୋମବାର ଆରଟିଓ-୨ରେ ସଡ଼କ ସୁରକ୍ଷା ମାସର ଶୁଭାରମ୍ଭ କରି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଏହି ସୂଚନା ଦେଇଛନ୍ତି। ସଡକ ସୁରକ୍ଷା ବିଷୟରେ ମାସେବ୍ୟାପୀ ସଚେତନତା କରିବା ଲାଗି ପରିବହନ ବିଭାଗ ପକ୍ଷରୁ ଏକ ପ୍ରଚାର ଯାନର ଶୁଭାରମ୍ଭ କରାଯାଇଛି। ଏହାକୁ ମନ୍ତ୍ରୀ ପତାକା ହଲାଇ ଉଦ୍‌ଘାଟନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?