୧୬ ନୂତନ ଅଧ୍ୟାପକ ନିଯୁକ୍ତ: ଶିକ୍ଷକତାକୁ ବୃତ୍ତି ନୁହେଁ, ବ୍ରତ ଭାବେ ଗ୍ରହଣ କର; ମନ୍ତ୍ରୀ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ମାର୍ଗଦର୍ଶକ। ତେଣୁ ସେମାନେ ପ୍ରଭାବଶାଳୀ ହେବା ଆବଶ୍ୟକ। ବ୍ୟକ୍ତିଗତ ସଫଳତାକୁ ସମାଜର ବୃହତ୍ତର ସ୍ବାର୍ଥ ନିମନ୍ତେ ଉପଯୋଗ କରିବାର ମାନସିକତା ରହିଲେ ସଫଳତାର ଶୀର୍ଷରେ ପହଞ୍ଚତ୍ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି। ଶୁକ୍ରବାର ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଅଧ୍ୟାପକଙ୍କ ନିଯୁକ୍ତି କାର୍ଯ୍ୟକ୍ରମରେ ମନ୍ତ୍ରୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି। କୃଷି ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୧୬ ଯୋଗ୍ୟ ବିବେଚିତ ଅଧ୍ୟାପିକା ଅଧ୍ୟାପକଙ୍କୁ ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ନିଯୁକ୍ତି ଦିଆଯାଇଛି। ଏମାନଙ୍କ ମଧ୍ୟରେ ୧୪ ଜଣ ଦିବ୍ୟାଙ୍ଗ ଅଧ୍ୟାପିକା ଅଧ୍ୟାପକ ଥିବାବେଳେ ଜଣେ ଖେଳାଳି, ଜଣେ ଅବସରପ୍ରାପ୍ତ ଆର୍ମି ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। ତନ୍ମଧ୍ୟରୁ ବୋଟାନିରେ ୨ ଜଣ, ବାଣିଜ୍ୟରେ ଜଣେ, ରସାୟନରେ ଜଣେ, ଇଂଲିଶ୍‌ରେ ୪ ଜଣ, ଲଜିକ୍‌ ଓ ଫିଲୋସଫିରେ ୨ ଜଣ, ପଦାର୍ଥ ବିଜ୍ଞାନରେ ଜଣେ, ରାଜନୀତି ବିଜ୍ଞାନରେ ୩ ଜଣ, ଗଣିତରେ ଜଣେ, ଜୁଲୋଜିରେ ଜଣେ ନିଯୁକ୍ତି ପାଇଛନ୍ତି। ଏହି ଅବସରରେ ନବନିଯୁକ୍ତ ଅଧ୍ୟାପିକା ଅଧ୍ୟାପକଙ୍କ ଉଦ୍ଦେଶ୍ୟରେ ମନ୍ତ୍ରୀ ସାହୁ କହିଥିଲେ ଯେ, ଶିକ୍ଷା ଦ୍ବାରା ସମାଜରେ ନୂତନ ସୁଯୋଗ ଓ ସମ୍ଭାବନା ସୃଷ୍ଟି ହୋଇପାରିବ। ତେଣୁ ଶିକ୍ଷକତାକୁ ଏକ ବୃତ୍ତି ନ ଭାବି ବ୍ରତ ଭାବେ ଗ୍ରହଣ କରିବାକୁ ପଡ଼ିବ। ଏହି ନିଯୁକ୍ତିକୁ ‘ନୂତନ ବର୍ଷରେ ଉଚ୍ଚଶିକ୍ଷା ବିଭାଗ ତରଫରୁ ପ୍ରଥମ ଭେଟି’ ବୋଲି ମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ଶାସନ ସଚିବ ଶାଶ୍ବତ ମିଶ୍ର ଯୋଗଦେଇ ନବନିଯୁକ୍ତ ଅଧ୍ୟାପିକା ଅଧ୍ୟାପକଙ୍କୁ ନିଜ ଭିତରେ ଥିବା ଶକ୍ତି ଓ ସାମର୍ଥ୍ୟକୁ ଚିହ୍ନି ତା’ର ଉପଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ। ବିଭାଗୀୟ ଯୁଗ୍ମସଚିବ ସୁରେନ୍ଦ୍ର କୁମାର ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri