୧୬ ପରିବାରଙ୍କୁ ଘରଭଡ଼ା ଛାଡ଼ କଲେ ରଘୁନାଥ

କଟକ ଅଫିସ,୨୦ା୪: ସହରରେ ଅଧାରୁ ଅଧିକ ଭଡ଼ାଟିଆ ବାସିନ୍ଦା। ଭଡ଼ା ରହୁଥିବା ଲୋକେ ବି ଅଧିକାଂଶରେ ବ୍ୟବସାୟ, ଛୋଟ ଦୋକାନ କିମ୍ବା କୌଣସି ଘରୋଇ କମ୍ପାନୀରେ ଚାକିରି କରି ପରିବାର ପ୍ରତିପୋଷଣ କରନ୍ତି। କରୋନା ପ୍ରଭାବରୁ ହୋଇଥିବା ଲକଡାଉନ ଏବେ ବଳବତ୍ତର ଥିବାରୁ ରୋଜଗାରର ସମସ୍ତ ବାଟ ବନ୍ଦ। ଏଭଳି ପରିସ୍ଥିତିରେ ଭଡ଼ାଟିଆମାନଙ୍କୁ ଘରଭଡ଼ା ଛାଡ଼ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି ରୋଭରଷ୍ଟ୍ରିଟ ଅଞ୍ଚଳର ରଘୁନାଥ ଦତ୍ତ। ଗୋଟିଏ କି ଦୁଇଟି ନୁହେଁ, ୧୬ ପରିବାରଠାରୁ ଗୋଟିଏ ମାସର ଘରଭଡ଼ା ନେବେନି ବୋଲି ସେ ଘୋଷଣା କରିଛନ୍ତି। କଟକରେ କୌଣସି ଘର ମାଲିକଙ୍କ ଏଭଳି ନିଷ୍ପତ୍ତି ପ୍ରଥମ ଥର ପାଇଁ ସାମ୍ନାକୁ ଆସିଛି।
କରୋନା ମହାମାରୀ ଯୋଗୁ ସାରା ବିଶ୍ୱ ଏବେ ଚିନ୍ତିତ। କିଏ ଜୀବନ ପାଇଁ ତ ଆଉ କେହି ଜୀବିକା ପାଇଁ ଲଢେଇ କରୁଛି। କରୋନାର ପ୍ରଭାବରେ ସମସ୍ତେ ପ୍ରଭାବିତ। ନିଜର ମାନବିକତା ଦେଖାଇ ରଘୁନାଥ ସମସ୍ତ ଭଡ଼ାଟିଆଙ୍କ ଘରଭଡ଼ା ଛାଡ କରିଛନ୍ତି। ରଘୁନାଥ ନିଜର ପରିବାର ସହ ରହୁଛନ୍ତି। ରୋଜଗାର କହିଲେ କେବଳ ଘରଭଡ଼ା ବାବଦ ଆୟ। ସାହି କମିଟିର ସାଙ୍ଗଠନିକ ସମ୍ପାଦକ ଭାବେ ତାଙ୍କର ଅନ୍ୟ ପରିଚୟ ମଧ୍ୟ ରହିଛି। ସମାଜିକ କର୍ମୀ ଭାବେ ଲୋକଙ୍କୁ ସାହାଯ୍ୟର ହାତ ବଢାଇଥାନ୍ତି। ନିଜ ଭଡ଼ାଟିଆଙ୍କୁ ଦୈନିକ ରନ୍ଧାଖାଦ୍ୟ ଦିଅନ୍ତି। ତାଙ୍କ ଘରେ ୧୬ଟି ପରିବାର ପ୍ରାୟ ୧୦ ବର୍ଷ ହେଲା ରହିଆସୁଛନ୍ତି। ସେମାନଙ୍କ ଏହି ବିପଦ ସମୟରେ ଛିଡା ହେବା ମୋର କର୍ତ୍ତବ୍ୟ ବୋଲି ରଘୁନାଥ କହିବା ସହ ଗୋଟିଏ ମାସରେ ଘରାଭଡ଼ା ଛାଡ କରିଛନ୍ତି। ଆଗାମୀ ଦିନରେ ପରିସ୍ଥିତି ଅଣାୟତ୍ତ ହେଲେ ଘର ଭଡ଼ା ସମ୍ପୂର୍ଣ୍ଣ ଛାଡ କରିଦେବେ ବୋଲି ରଘୁନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri