୧୬ ଯାଏ ବର୍ଷା ନାହିଁ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଝାଡ଼ଖଣ୍ଡ ଏବଂ ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଅପସରି ଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଇତିମଧ୍ୟରେ ବାଲେଶ୍ୱରରେ ୮.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲି ରେ ୮.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।