୧୭ରୁ ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା: ୭ ଦିନ ଧରି ଚାଲିବ, ପଡ଼ିବ ୨୪୦ ଷ୍ଟଲ

ଅନୁଗୋଳ ଅଫିସ, ୧୩।୯-ଆସନ୍ତା ୧୭ ତାରିଖ ବିଶ୍ୱକର୍ମା ପୂଜା ଅବସରରେ ଅନୁଗୋଳ ଜିଲାର ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳାର ଆୟୋଜନ କରାଯିବ। ୨୩ ତାରିଖ ଯାଏ ଚାଲିବାକୁ ଥିବା ଏହି ମେଳାରେ ମୋଟ ୨୪୦ଟି ଷ୍ଟଲ ପଡ଼ିବ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଏବଂ ଓରମାସ୍‌ର ମିଳିତ ସହଯୋଗରେ ଏହି ମେଳାର ବ୍ୟବସ୍ଥା ହୋଇଛି ବୋଲି ଜିଲା କୋର୍ଟ ରୁମ୍‌ରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି।
ଜିଲାପାଳ କହିଛନ୍ତି ଯେ, ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଗୁଜରାଟ, ଜମ୍ମୁ-କଶ୍ମୀର, କର୍ନାଟକ, ଦିଲ୍ଲୀ, ପଞ୍ଜାବ, ରାଜସ୍ଥାନ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ, ହରିୟାଣା, ତେଲେଙ୍ଗାନା ଆଦି ରାଜ୍ୟର କାରିଗର ଓ ସ୍ବୟଂ ସହାୟକ ଗୋଷ୍ଠୀମାନେ ଏହି ମେଳାରେ ଭାଗ ନେବେ। ଏଥିସହିତ ୧୦ଟି ଖାଦ୍ୟ ଷ୍ଟଲ୍‌ ବ୍ୟବସ୍ଥା ହୋଇଛି। ସରକାରଙ୍କ ବିଭିନ୍ନ ବିଭାଗ ଯଥା କୃଷି, ହସ୍ତ ଓ କୂଟୀର ଶିଳ୍ପ, ଖଦି ଓ ଗ୍ରାମୋଦ୍ୟୋଗ, ନାବାର୍ଡ, ମତ୍ସ୍ୟ, ଉଦ୍ୟାନ, ହସ୍ତତନ୍ତ ଆଦି ବିଭାଗ ଏଥିରେ ସହଯୋଗର ହାତ ବଢ଼ାଇଛନ୍ତି। ମେଳାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଜିଲା ସଂସ୍କୃତି ଅଧିକାରୀଙ୍କ ସହଯୋଗରେ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଅନୁଗୋଳ ଜିଲାରେ ଉପତ୍ାଦନ ହେଉଥିବା ସାମଗ୍ରୀ ଉପରେ ଚଳିତବର୍ଷ ପଲ୍ଲିଶ୍ରୀ ମେଳାରେ ଗୁରୁତ୍ୱ ପ୍ରଦାନ କରାଯିବ ବୋଲି ଜିଲାପାଳ ମହାନ୍ତି କହିଛନ୍ତି। ଏହି ମେଳାରେ ସ୍ବାସ୍ଥ୍ୟ, ପାନୀୟ ଜଳ, ପରିମଳ, ଆଇନ ଶୃଙ୍ଖଳା ଆଦି ପାଇଁ ଯଥାକ୍ରମେ ଜିଲା ଚିକିତ୍ସା ଅଧିକାରୀ, ଜନସ୍ବାସ୍ଥ୍ୟ ବିଭାଗ, ନାଲକୋ, ଅନୁଗୋଳ ପୌରପାଳିକା, ଜିଲା ପୋଲିସ ଓ ଅଗ୍ନିଶମ ବିଭାଗ ସହଯୋଗ ଜିଲା ପ୍ରଶାସନ ଲୋଡ଼ିଛି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଓରମାସର ନିରୋଦ ଜେନା, ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri