୧୭ରେ କେନ୍ଦ୍ରାପଡ଼ା ବନ୍ଦ ଡାକରା

କେନ୍ଦ୍ରାପଡ଼ା ଅଫିସ, ୧୬ା୧:କେନ୍ଦ୍ରାପଡ଼ା ସହରର ଖଡିଅଙ୍ଗସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସିଟି ହସ୍ପଟାଲ ପ୍ରତିଷ୍ଠା ପାଇଁ ଦାବି ଜୋର ଧରିଛି। ସହରର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ଦାବି ପୂରଣ ପାଇଁ ଆସନ୍ତା ୧୭ ତାରିଖରେ କେନ୍ଦ୍ରାପଡ଼ା ବନ୍ଦ ଡାକରା ଦିଆଯାଇଛି। ବାରମ୍ବାର ବୈଠକ ସହ ସହର, ଆଖପାଖ ପଞ୍ଚାୟତରେ ବାଇକ୍‌ ରାଲି କରାଯାଉଛି। ସେହିପରି କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ କେନ୍ଦ୍ରାପଡ଼ା ବନ୍ଦ ଡାକରାକୁ ଜିଲା କଂଗ୍ରେସ ସମର୍ଥନ ଯୋଗାଇବ ବୋଲି ସୂଚନା ଦେଇଛନ୍ତି। ଅପରପକ୍ଷରେ ସହରସ୍ଥ ଖଡିଅଙ୍ଗ ଗଁାର ସାମାଜିକ କର୍ମୀ କ୍ଷିତୀଶ କୁମାର ସିଂହଙ୍କୁ ସୂଚନା ଅଧିକାର ଅନୁଯାୟୀ ୨୦୨୨ ଜୁନ ୨୬ରେ ମିଳିଥିବା ତଥ୍ୟ (ପତ୍ର ସଂଖ୍ୟା- ୬୨୦୧)ରେ ସିଡିଏମ୍‌ଓ ଦର୍ଶାଇଛନ୍ତି ଯେ, ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ପାଇଁ କୌଣସି ବିଭାଗୀୟ ଚିଠି ହୋଇନାହିଁ। ତେବେ ୯ ତାରିଖରେ ଖଡିଅଙ୍ଗସ୍ଥ ଜିଲା ମୁଖ୍ୟ ଚିକିତ୍ସାଳୟକୁ ୩ କି.ମି. ଦୂର ଶାମଗୁଡିଆକୁ ସ୍ଥାନାନ୍ତର ହୋଇଛି। ସ୍ଥାନାନ୍ତର ପରେ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିଭୂମିକୁ ସିଟି ହସ୍ପିଟାଲରେ ପରିଣତ ପାଇଁ କେନ୍ଦ୍ରାପଡ଼ା ମେଡିକାଲ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲିଖିତ ଦାବିପତ୍ର ଜିଲା ପ୍ରଶାସନକୁ ୬ ତାରିଖରେ ଦିଆଯାଇଥିଲା। ଏ ସମ୍ପର୍କରେ କମିଟି କର୍ମକର୍ତ୍ତା ପ୍ରଫୁଲ୍ଲ କୁମାର ସାହୁ, ହିବଜୁର ରହେମାନ, ସଲିମ ଖାନ, ମନୋଜ କୁମାର ସିଂହ ପ୍ରମୁଖ କହିଛନ୍ତି, ଏଠାରେ ଏବେ ୬୦ ହଜାରରୁ ଊର୍ଦ୍ଧ୍ୱ ଲୋକ ବାସ କରୁଛନ୍ତି। ସହର ମଝିରେ ସିଟି ହସ୍ପିଟାଲ ନ ଥିବାରୁ ବହୁ ଲୋକ ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ ହେଉଛନ୍ତି। ଏହାବ୍ୟତୀତ ଶାମଗୁଡିଆରେ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ପାଇଁ କୌଣସି ପ୍ରସ୍ତୁତି ନାହିଁ। ସେହିସ୍ଥାନରେ ମାତୃ ଓ ଶିଶୁ ମଙ୍ଗଳ ଚିକିତ୍ସା କେନ୍ଦ୍ର ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଞ୍ଜୁରୀ ସହ ଅର୍ଥ ବ୍ୟବସ୍ଥା ହୋଇଥିଲା। କେଉଁ ପରିସ୍ଥିତିରେ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହେଲା, ସେ ସମ୍ପର୍କରେ ଜିଲା ପ୍ରଶାସନ ନୀରବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri